ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୨ ଦିନ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ସମୁଦ୍ରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ଦିନ ଯାଏ ଉତ୍ତର ଓଡ଼ିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଲଘୁଚାପର ସର୍ବାଧିକ ପ୍ରଭାବ ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ପଡ଼ିବ । ପ୍ରଭାବରେ ଆଜି ପାଇଁ ୧୮ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡ଼ିଶାର ୯ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ , ଅନୁଗୁଳରେ ବର୍ଷା ହେବ । ୧୨୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ୨୧ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

Leave A Reply

Your email address will not be published.