ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ।

ଆଭ୍ୟନ୍ତରୀଣ ତଥା ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ। ଉପକୂଳରେ କୋହୋଲା ପାଗ ସହ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ  ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ସହ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି।
Leave A Reply

Your email address will not be published.