ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସୁଛି ଲଘୁଚାପ: ତାତିରୁ ମିଳିବ ଆଶ୍ବସ୍ତି, ହିଟ୍ ୱେଭରେ ଲାଗିବ ବ୍ରେକ୍‌

ଭୁବନେଶ୍ବର: ରାଜ୍ଯବାସୀଙ୍କ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଖୁସି ଖବର। ଆସୁଛି ଲଘୁଚାପ। ଆସହ୍ଯ ତାତିରୁ ରାଜ୍ଯବାସୀଙ୍କୁ ଆଶ୍ବସ୍ତି ମିଳିବ। ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାରି ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Leave A Reply

Your email address will not be published.