ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ଆସନ୍ତାକାଲି ବର୍ଷା ସମ୍ଭାବନା

ଭୁବନେଶ୍ବର : ଦକ୍ଷିଣ ପଶ୍ଚିମ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହି ଲଘୁଚାପ କ୍ଷେତ୍ର ସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି। ଏହି ଲଘୁଚାପଟି ତୀବ୍ରତା ବଜାୟି ରଖିବା ସହ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ। ପରବର୍ତ୍ତୀ ୨ ଦିନ ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡ଼ୁ ପୁଡ଼ୁଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ।ଏହାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ନ ରହିଲେ ମଧ୍ୟ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ।


ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୧ରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ମୁଖ୍ୟତଃ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦିରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବ।ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି ଏବଂ କନ୍ଧମାଳ ରେ ଘଡଘଡି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ସେହିପରି ୨୨ ତାରିଖର ମଧ୍ୟ ଧ୍ୟ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ବର୍ଷା ଓ ଲଘୁଚାପ ଯୋଗୁଁ ରାଜ୍ୟକୁ ସାମୁଦ୍ରିକ ବାୟୁର ପ୍ରବାହ ବୃଦ୍ଧି ହେବ। ଏହାଦ୍ୱାରା ରାଜ୍ୟରେ ରାତିର ତାପମାତ୍ରା ବୃଦ୍ଧି ହେବ ଓ ଶୀତ କମିବ।୨୩ ତାରିଖରୁ ବଢିବ ରାତିର ତାପମାତ୍ରା। ସ୍ବାଭାବିକ ଠାରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପୂର୍ବାନୁମାନ କରିଛି।


ଅନ୍ୟପଟେ  ଆଭ୍ୟନ୍ତରୀଣ ଓଡିଶାରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୧୨ ସହରର ତାପମାତ୍ରା ୧୩ ଡିଗ୍ରୀ ତଳେ ରହିଛି। ଜି. ଉଦୟଗିରି (କନ୍ଧମାଳ) ୮ ଡ଼ିଗ୍ରୀ,ସେମିଳିଗୁଡା(କୋରାପୁଟ)  ୮ ଡ଼ିଗ୍ରୀ, କିରେଇ(ସୁନ୍ଦରଗଡ) ୯.୫ଡ଼ିଗ୍ରୀ, ଫୁଲବାଣୀ (କନ୍ଧମାଳ)  ୯.୬ ଡ଼ିଗ୍ରୀ,ଦାରିଙ୍ଗବାଡି (କନ୍ଧମାଳ) ୧୦ଡ଼ିଗ୍ରୀ, କୋରାପୁଟ ୧୦ ଡ଼ିଗ୍ରୀ, କେନ୍ଦୁଝର ୧୦ ଡ଼ିଗ୍ରୀ, ଭବାନୀପାଟଣା (କଳାହାଣ୍ଡି) ୧୦.୬ ଡ଼ିଗ୍ରୀ, ଝାରସୁଗୁଡା ୧୦.୮ ଡ଼ିଗ୍ରୀ, ଚିପିଲିମା (ସମ୍ବଲପୁର) ୧୦.୮ ଡ଼ିଗ୍ରୀ, ସୁନ୍ଦରଗଡ  ୧୨.୫ ଡ଼ିଗ୍ରୀ, ଦେବଗଡ ୧୨.୫ ଡ଼ିଗ୍ରୀ ରହିଛି।

Leave A Reply

Your email address will not be published.