ଅବପାତର ରୂପନେଲା ସୁଦୃଶ୍ୟ ଲଘୁଚାପ

ଭୁବନେଶ୍ବର: ସୁଦୃଶଃ ଲଘୁଚାପ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡିଶା ଉପକୂଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କିମି ଏବଂ ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି। ଆଗାମୀ ୬ ଘଣ୍ଟା ମଧ୍ୟରେ ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦିଘା ନିକଟରେ ପଶ୍ଚିମ-ବଙ୍ଗ ଉପକୂଳକୁ ଅତିକ୍ରମ ସହ ଆଗାମୀ ୨୪ ଘଣ୍ଟା ଯାଏଁ ନିଜର ତୀବ୍ରତା ବଜାୟ ରଖିବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave a comment