ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଆ ନବ ବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଆଜିଠାରୁ ଆରମ୍ଭ ହୋଇଥାଏ ଓଡ଼ିଆ ପଞ୍ଜିକା । ଓଡ଼ିଆ ନବବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୁଭେଛା

ଟ୍ବିଟର ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଓଡ଼ିଆ ନବବର୍ଷ ଏବଂ ପଣାସଂକ୍ରାନ୍ତି ଉପଲକ୍ଷେ ପ୍ରତିଟି ଓଡିଆଙ୍କୁ ମୋର ଶୁଭେଛା । ସଭିଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।


ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜର ଶୁଭେଛା ବାର୍ତ୍ତା ଜାରି କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣା ଓ ଅସୀମ ଆଶୀର୍ବାଦ ସଭିଙ୍କ ଉପରେ ରହିଥାଉ ବୋଲି ଟ୍ବିଟର ମାଧ୍ୟମରେ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେହିପରି ଗୃହମନ୍ତ୍ରୀ ଅମିତ ଶାହା ଶୁଭେଛା ଜଣାଇବା ସହ ଶୁଖ, ସମୃଦ୍ଧି ଓ ଶାନ୍ତି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି। ପୋଲିସ ଡିଜି ଅଭୟ ମଧ୍ୟ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷରେ ଉପଲକ୍ଷେ ଶୁଭେଛା ଜଣାଇଛନ୍ତି ।

Leave A Reply

Your email address will not be published.