ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଖୋଲିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ୍ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବାକୁ ପଡ଼ିବ ନାହିଁ ।

ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ୍ ହସ୍ପିଟାଲ ଭାବରେ କାମ କରିବ । ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ୍ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହି ହସ୍ପିଟାଲରେ ୧୫୦ଟି ଅକ୍ସିଜେନ ବେଡ୍ ସହ ୫୦ଟି ICU ବେଡ୍ ରହିବ ।

Leave A Reply

Your email address will not be published.