ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ
BJD 166×600

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁତର ଆହତ ହୋଇଛନ୍ତି। ନିଜ ବାସଭବନରେ ଖସିପଡ଼ିବାରୁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କୁହାଯାଉଛି। ଏନେଇ ଅଖିଳ ଭାରତୀୟ ତୃଣମୂଳ କଂଗ୍ରେସ ‘ଏକ୍ସ’ରେ ସୂଚନା ଦେଇଛି। ‘ଏକ୍ସ’ରେ କୁହାଯାଇଛି ଯେ, ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କ ପାଇଁ ସମସ୍ତେ ପ୍ରାର୍ଥନା କରନ୍ତୁ ।

Article Bottom (Mobile Only)

ଏସଏସକେଏମ ହସ୍ପିଟାଲର ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ଦକ୍ଷିଣ କୋଲକାତାର ବାଲିଗଞ୍ଜ ଜିଲ୍ଲାରେ ଏକ କାର୍ଯ୍ୟକ୍ରମରୁ ନିଜ ବାସଭବନକୁ ଫେରିବାର କିଛି ସମୟ ପରେ ଏହି ଦୁର୍ଘଟଣା ହୋଇଥିଲା । ସେ ନିଜ ବାସଭବନରେ କୌଣସି କାରଣରୁ ଖସିପଡ଼ିଥିଲେ ଓ ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ଏହା ପରେ ତାଙ୍କୁ ତୁରନ୍ତ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ଟିଏମସି ନେତା ଅଭିଷେକ ବାନାର୍ଜୀ ତାଙ୍କୁ ଏସଏସକେଏମ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

 

Leave A Reply

Your email address will not be published.