ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣାକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜଙ୍କ ସ୍ୱାଗତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ସବୁଠି ପ୍ରଶଂସା। ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହାକୁ ସବୁ ମହଲରେ ପ୍ରଶଂସା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି ।


ମାନସ ମଙ୍ଗରାଜ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଏହା ସାମ୍ବାଦିକମାନଙ୍କୁ ବିଶେଷ ଭାବେ ସହାୟକ ହେବ । ସାମ୍ବାଦିକମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଓ ଦୃଢ଼ ସହଯୋଗ ଥିବା କହିଛନ୍ତି ମାନସ ମଙ୍ଗରାଜ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସାମ୍ବାଦିକମାନେ ସ୍ୱାଗତ କରିଛନ୍ତି ।

Leave A Reply

Your email address will not be published.