ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ନୂଆ ଆକ୍ରାନ୍ତଙ୍କ ଉପରେ ନଜର ରଖ- କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: କୋଭିଡର ନୂତନ ପ୍ରଜାତି XEକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟେ ଅଧ୍ୟକ୍ଷତାରେ ବିଶେଷଜ୍ଞ ଓ ପ୍ରମୁଖ ଅଧିକାରୀଙ୍କ ସହ ବୈଠକ ଅନୁଷ୍ଠିତ ହୋଇଯାଇଛି। ନୂତନ ପ୍ରଜାତି ଓ ମାମଲା ଗୁଡିକ ଉପରେ ନଜର ରଖିବା ସହ ବର୍ତ୍ତମାନର ତଦାରଖ ପ୍ରକ୍ରିୟା ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ।

ସ୍ୱାସ୍ଥ୍ୟ ଭିତ୍ତିଭୂମି ଗୁଡିକ ସମୀକ୍ଷା କରି ଡକ୍ଟର ମାଣ୍ଡଭିୟା ଅଧିକାରୀଙ୍କୁ କୋଭିଡ ଉପଚାର ପାଇଁ ଆବଶ୍ୟକୀୟ ଓଷଧ ପତ୍ରର ଉପଲବ୍ଧତା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । ବର୍ତ୍ତମାନ ଚାଲିଥିବା ଟିକାକରଣ ଅଭିଯାନକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱ ଆରୋପ କରିବା ସହ ପ୍ରତ୍ୟେକ ହିତାଧିକାରୀଙ୍କୁ ଟିକା ଦେବା ଉଚିତ ବୋଲି କହିଥିଲେ।

ଆଜିର ବୈଠକରେ ନୀତି ଆୟୋଗ ସଦସ୍ୟ ଡକ୍ଟର ଭିକେ ପଲ୍। ସ୍ୱାସ୍ଥ୍ୟ ସଚିବ ଶ୍ରୀ ରାଜେଶ ଭୂଷଣ, ଏମ୍ସ ନିର୍ଦ୍ଦେଶକ ଡକ୍ଟର ରଣଦୀପ ଗୁଲେରିଆ, ଆଇସିଏମଆର ଡିଜି ଡକ୍ଟର ବଳରାମ ଭାର୍ଗବ,ଏନଟିଏଜିଆଇ ଡକ୍ଟର ଏକେ ଆରୋରା ଓ ସ୍ୱାସ୍ଥ୍ୟମନ୍ତ୍ରାଳୟର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Leave A Reply

Your email address will not be published.