ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୁଣିଥରେ ତ୍ରିପୁରାର ମୁଖ୍ୟମନ୍ତ୍ରୀ ହେଲେ ମାଣିକ ଶାହା

ଅଗରତାଲା: ଭାଜପା ନେତା ମାଣିକ ଶାହା ବୁଧବାର ଦ୍ୱିତୀୟଥର ପାଇଁ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ରାଜ୍ୟପାଳ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ଆଉ ୮ ଜଣ ମନ୍ତ୍ରୀ ଭାବେ ମଧ୍ୟ ଶପଥ ନେଇଛନ୍ତି। ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ଥିଲେ। ସେହିପରି ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡା, ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌.ବିରେନ ସିଂ ଏବଂ ସିକିମ ମୁଖ୍ୟମନ୍ତ୍ରୀ ପିଏସ୍‌ ତାମାଙ୍ଗ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Leave A Reply

Your email address will not be published.