ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା, ପ୍ରଦୀପ ଜେନାଙ୍କଠାରୁ ଦାୟିତ୍ବ ନେଲେ

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି।

ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଶ୍ରୀ ଆହୁଜା କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ରହିଥିଲେ। ରାଜ୍ୟ ସରକାରଙ୍କ ଅନୁରୋଧ କ୍ରମେ କେନ୍ଦ୍ର କ୍ୟାବିନେଟ ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚ୍‌ ଆଇଏଏସ ଅଫିସର ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରିବା ନିମନ୍ତେ ଅନୁମତି ଦେଇଥିଲେ। ଏହାପରେ ଚଳିତ ମାସ ୨୮ ତାରିଖରେ ତାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ଆଜି ସକାଳୁ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବା ପରେ ଅପରାହ୍ନରେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି।

୧୯୯୦ ବ୍ୟାଚ୍‌ର ଏହି ବରିଷ୍ଠ ଆଇଏଏସ ଓଡ଼ିଶାରେ ଜଣେ ଉପଜିଲ୍ଲାପାଳ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିସନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ୨୦୧୭ ମସିହାରେ ଡେପୁଟେସନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ। ଲାଲ୍ ବାହାଦୂର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ଏକାଡେମୀର ସ୍ୱତନ୍ତ୍ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବା ପରେ ସିବିଏସ୍ଇ ଅଧ୍ୟକ୍ଷ ଭାବେ ମଧ୍ୟ କାମ କରିଥିଲେ । ଏହାପରେ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ।

Leave A Reply

Your email address will not be published.