ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁମ୍ବାଇର କମଲା ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ

ମୁମ୍ବାଇ: ମୁମ୍ବାଇର କମଲା ବିଲ୍ଡିଂରେ ଆଜି ସକାଳୁ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଟରେଡୋରେ ଥିବା ଭାଟିଆ ହସ୍ପିଟାଲ ନିକଟରେ ଥିବା ୨୦ ମହଲା କୋଠାରେ ନିଆଁ ଲାଗିଛି । ଏହି ଅଗ୍ନିକାଣ୍ଡରେ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୭ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଅଗ୍ନିକାଣ୍ଡରେ ଆହତ ହୋଇଥିବା ସମସ୍ତଙ୍କୁ ଭାଟିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବିଲ୍ଡିଂରୁ ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବିଭାଗର ୧୩ଟି ଗାଡି ନିୟୋଜିତ ହୋଇଛି ।

ଦମକଳ ବିଭାଗର ସୂଚନା ଅନୁସାରେ ୨୦ ମହଲା ବିଶିଷ୍ଟ ଏହି ଆପାର୍ଟମେଣ୍ଟର ୧୮ ତମ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୧୯ ଜଣଙ୍କୁ ଉଦ୍ଧାର କରାଯାଇଛି । ଏହି ଉଦ୍ଧାର କାର୍ଯ୍ୟରେ ୫ଟି ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି । ଏହି ଘଟଣାରେ କେତେକ ବରିଷ୍ଠ ନାଗରିକ ଆହତ ହୋଇଥିବା ମଧ୍ୟ ସୂଚନା ମିଳିଛି । ନିଆଁ ଲାଗିବା ପରେ ସମଗ୍ର ଆପାର୍ଟମେଣ୍ଟରୁ ବିଦ୍ୟୁତ ସରବରାହ ବିଚ୍ଛିନ୍ନ କରାଯାଇଛି । ଘଟଣାସ୍ଥଳରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ଉପସ୍ଥିତ ରହି ଉଦ୍ଧାରକାର୍ଯ୍ୟର ସମୀକ୍ଷା କରୁଛନ୍ତି ।

Leave A Reply

Your email address will not be published.