ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଡିସେମ୍ବର ୯ରୁ ଆରମ୍ଭ ହେବ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତାଦେଖା, ୧୦ ଦିନ ମଧ୍ୟରେ ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର: ଶେଷ ହେଲା ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା । ଡିସେମ୍ବର ୯ରୁ ଆରମ୍ଭ ହେବ ମାଟ୍ରିକ ସମ୍ମେଟିଭ-୧ ପରୀକ୍ଷା ଖାତା ଦେଖା । ୧୦ ଦିନ ଭିତରେ ଖାତା ଦେଖା ଶେଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଖାତା ଦେଖାରେ ନିୟୋଜିତ ହେବେ ୧୨୪୫୦ ଜଣ ଶିକ୍ଷକ । ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ । ସକାଳ ୯ଟାରୁ ସଂଧ୍ୟା ୫ଟା ଯାଏଁ ଚାଲିବ ଖାତା ଦେଖା । ଏ ନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି।

ଚଳିତଥର ସମ୍ମେଟିଭ-ଓ୍ୱାନ୍ ଓ ସମ୍ମେଟିଭ-ଟୁ ପରୀକ୍ଷା ସହ ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷାରୁ ପରୀକ୍ଷାର୍ଥୀଙ୍କ ମାର୍କର ମୂଲ୍ୟାଙ୍କନ କରାଯିବ। ତେଣୁ ଏହି ପରୀକ୍ଷା ଛାତ୍ରଛାତ୍ରୀଙ୍କ ପାଇଁ ବେଶ୍‌ ଗୁରୁତ୍ୱ ବହନ କରୁଛି।

ଚଳିତ ବର୍ଷ ୫ ଲକ୍ଷ ୪୦ ହଜାର ୭୧୨ ଜଣ ପରୀକ୍ଷାର୍ଥୀ ୩୦୨୯ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି। ସେହିପରି ମଧ୍ୟମାରେ ୨ ହଜାର ୯୧୪ ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ର ଥିବା ବେଳେ ଓପନ୍ ସ୍କୁଲ ସାର୍ଟିଫିକେଟ ପାଇଁ ୭୧୮୧ ଜଣ ପରୀକ୍ଷାର୍ଥୀ ୧୪୬ଟି କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି।

Leave A Reply

Your email address will not be published.