ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ସୃଷ୍ଟି ହେବ ଆଉ ଏକ ପଶ୍ଚିମା ଝଡ଼ : ଆଗାମୀ ୩ ଦିନ ପ୍ରବଳ ଝଡ଼ବର୍ଷା, ୫୦ କିମି ଛୁଇଁବ ପବନର ଝଟକା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଜାରି ରହିଛି। ମଙ୍ଗଳବାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ କିଛି ସ୍ଥାନରେ କୁଆ ପଥର ମାଡ଼ ମଧ୍ୟ ହୋଇଛି। ମୁଖ୍ୟତଃ ଉତ୍ତର ଉପକୂଳ ଓଡ଼ିଶା ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦିରେ ବର୍ଷାର ପ୍ରକୋପ ଅଧିକ ରହିଥିବା ବେଳେ ଭୁବନେଶ୍ୱର ଓ କଟକରେ ମଧ୍ୟ ବର୍ଷା ଯୋଗୁଁ ସ୍ଥିତି ବେହାଲ ହୋଇଛି। ଏହି ସ୍ଥିତି ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ୩୧ ତାରିଖରେ ବର୍ଷାର ପ୍ରକୋପ ସର୍ବାଧିକ ପ୍ରଭାବ ପକାଇବ ବୋଲି ଆକଳନ କରାଯାଇଛି। ୩୧ରେ ଝଡ଼-ପବନ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଜୁଳି ଘଡଘଡିର ମଧ୍ୟ ପ୍ରଭାବ ପଡ଼ିବ।


ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ସୃଷ୍ଟି ହୋଇପାରେ ଆଉ ଏକ ପଶ୍ଚିମା ଝଡ଼ । ପ୍ରଭାବରେ ଆସନ୍ତା ୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବ । ୩୧ ତାରିଖରେ ପ୍ରବଳ ବର୍ଷା ହୋଇପାରେ । ୭ ଜିଲ୍ଲାକୁ ଅଧିକ ବର୍ଷା ରହିଛି । ଆଜି ଓ କାଲି ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ୩୧ରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ୭୦ରୁ ୧୧୦ ମିଲିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୧ ତାରିଖରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।


ଆଜି ମଧ୍ୟ ଉପକୂଳ ଓଡ଼ିଶାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, ଢେଙ୍କାନାଳ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ଝଡ଼ବର୍ଷାର ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ ତାରିଖ ଦିନ ପୂରା ଓଡ଼ିଶାରେ ଝଡ଼ବର୍ଷା ହେବ । ସମଗ୍ର ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ବର୍ଷା ହେବା ସହ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧ ତାରିଖ ଦିନ ମଧ୍ୟ ରାଜ୍ୟରେ ଝଡ଼ବର୍ଷା ହେବ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବ ।


ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ତେବେ ୩୦ରେ ବର୍ଷା ପ୍ରକୋପ ବଢ଼଼ିବା ସହିତ ପବନର ବେଗ ମଧ୍ୟ ବୃଦ୍ଧି ହେବ ବୋଲି କେନ୍ଦ୍ର କହିଛି। ୩୦ ଓ ୩୧ରେ ବିଭିନ୍ନ ଜିଲ୍ଲାରେ ବର୍ଷା ସାଙ୍ଗକୁ ପବନର ବେଗ ବଢ଼଼ି ୪୦-୫୦ ବେଗରେ ବହିବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ୩୧ରେ କିଛି ଜିଲ୍ଲାରେ ବର୍ଷାର ପରିମାଣ ୭-୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ରହିବା ନେଇ ମଧ୍ୟ ଆକଳନ କରାଯାଇଛି। ଯାହାକୁ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।

Leave A Reply

Your email address will not be published.