ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସମ୍ଭାବ୍ୟ ବାତ୍ୟା ଭୟ : ଅଯଥା ଅତ୍ୟାବଶ୍ୟକ ଜିନିଷ ବହୁ ମାତ୍ରାରେ କ୍ରୟ କରି ମହଜୁଦ ନରଖିବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର : ଆସୁଛି ବାତ୍ୟା । ଧୀରେ ଧୀରେ ଅଶାନ୍ତ ହେଉଛି ଦକ୍ଷିଣ ଆଣ୍ଡାମାନ ସାଗର । ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ପରେ ଆସନ୍ତା ୧୨ ରୁ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ । ପରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ତେବେ ଏହି ଅବପାତ ଏଯାଏଁ ବାତ୍ୟାର ରୂପ ନେଇ ନଥିବା ବେଳେ ର୍ବରୁ ମେ ମାସରେ ଏକାଧିକ ବାତ୍ୟା ହୋଇଥିବାରୁ, ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ବାତ୍ୟାର ରୂପ ନେବ ବୋଲି ଆଶଙ୍କା ସୃଷ୍ଟି ହୋଇଛି । ଆଉ ସେହି ଆଶଙ୍କାରେ ଲୋକମାନେ ଏବେଠାରୁ ବିଭିନ୍ନ ଅତ୍ୟାବଶ୍ୟକ ଦ୍ରବ୍ୟ କିଣି ସାଇତିବା ଆରମ୍ଭ କଲେଣି । । ଏମିତି ସମୟରେ ଟୁଇଟ୍ କରି ଜନସାଧାରଣଙ୍କୁ ସତର୍କ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ।


ଯୋଗାଣ ମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ‘ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଯଥା ଅତ୍ୟାବଶ୍ୟକ ଜିନିଷ ମହଜୁଦ୍ ରଖନ୍ତୁ ନାହିଁ ।ଏହାଦ୍ୱାରା ବଜାରରେ କୃତ୍ରିମ ଅଭାବ ଦେଖା ଦେଇପାରେ ଏବଂ ଅସାଧୁ ବ୍ୟବସାୟୀ ଏହାର ସୁଯୋଗ ନେଇ ଦରବୃଦ୍ଧି କରିପାରନ୍ତି । ସରକାର ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରୁଛନ୍ତି । ଖାଦ୍ୟ ଯୋଗାଣ ବିଭାଗ ମଧ୍ୟ ବଜାର ଉପରେ କଡା ନଜର ରଖିଛନ୍ତି । ବଜାରରେ ସବୁ ପ୍ରକାର ଖାଦ୍ୟ ପଦାର୍ଥ ଏବଂ ଅନ୍ୟାନ୍ୟ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ ଅଛି । କଳାବଜାରୀ ଏବଂ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷଣ ନଜର ରଖାଯାଇଛି । ଆବଶ୍ୟକ ସ୍ଥଳେ ଶକ୍ତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ।’

Leave A Reply

Your email address will not be published.