ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଧାନସଭାରେ ଉଠିଲା ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ: ‘ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନ ଥିବାରୁ ଏହା ଆଗକୁ ଯାଇପାରୁନି’

ଭୁବନେଶ୍ୱର: ଆଜି ବିଧାନସଭାରେ ଟ୍ବିନ୍‌ ସିଟି ମେଟ୍ରୋ ରେଳ ପ୍ରକଳ୍ପ ପ୍ରସଙ୍ଗ ଉଠିଥିଲା। ଭୁବନେଶ୍ୱର-କଟକ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଏବେ କୌଣସି ପ୍ରସ୍ତାବ ନାହିଁ କି ଏଥିପାଇଁ କୌଣସି କମ୍ପାନୀକୁ ଅର୍ଥ ଦିଆଯାଇ ନାହିଁ ବୋଲି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

pratap-jena

ଭୁବନେଶ୍ୱର କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ସର୍ଭେ କରାଯାଇ ଟେଣ୍ଡର ହୋଇଥିଲା । ଏଥିରେ ୫ଟି କମ୍ପାନୀ ଭାଗ ନେଇଥିଲେ । ଵାଲାଜୀ ରେଲ ଆଣ୍ଡ ରୋଡ୍‌ ବର୍ଷାଲିକୁ ସର୍ଭେ ପାଇଁ ଟେଣ୍ଡର ଦିଆଯାଇଥିଲା । ଖୋର୍ଦ୍ଧା ଓ ଜଟଣୀ ପର୍ଯ୍ଯନ୍ତ ମେଟ୍ରୋ ଚଳାଇବା ପାଇଁ ଆମେ ପ୍ରସ୍ତାବ ଦେଇଥିଲୁ । ପୁଣି ଥରେ ସର୍ଭେ କରିବା ପାଇଁ ଆମେ ଦାବି କରିବୁ । କଟକରୁ ଚଣ୍ଡୀଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ଯନ୍ତ ମେଟ୍ରୋ ଟ୍ରେନ୍‌ ସମ୍ପ୍ରସାରଣ ପାଇଁ ପ୍ରସ୍ତାବ ଦିଆଯିବ । ୨୦୪୧ ପର୍ଯ୍ଯନ୍ତ ଟୁଇନ ସିଟିରେ ମେଟ୍ରୋ ଟ୍ରେନ ଗଡ଼ିବା ଅସମ୍ଭବ । ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନ ଥିବାରୁ ଏହା ଆଗକୁ ଯାଇପାରୁନି । ଏହି ସର୍ଭେ ପାଇଁ କେନ୍ଦ୍ର ସରକାର ୧୨ ଲକ୍ଷ ୬୧ ହଜାର ଦେଇଥିବା ବେଳେ ରାଜ୍ୟ ସରକାର ୫୨ ଲକ୍ଷ ଟଙ୍କା ପ୍ରଦାନ କରିଥିଲେ । ବିଧାନସଭାରେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି । ସେପଟେ ବିଧାନସଭାରେ ଅନ୍ୟ ସଦସ୍ୟମାନେ ପୁଣି ଏହି ସର୍ଭେ କରିବା ପାଇଁ ଦାବି ରଖିଛନ୍ତି ।

Leave A Reply

Your email address will not be published.