ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶୋଇଥିବାବେଳେ ବିଷାକ୍ତ ସାପ କାମୁଡ଼ାରେ ନାବାଳିକା ମୃତ

ତେଲକୋଇ: କେନ୍ଦୁଝର ଜିଲ୍ଲାରେ ବିଷାକ୍ତ ସାପ କାମୁଡ଼ା ଜନିତ ମୃତ୍ୟୁ ବଢି ଚାଲିଛି। ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ଭାଡିମରାର ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରୀ ବିଷାକ୍ତ ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ସୂଚନା ଅନୁସାରେ ସଲେଇକେନା ଗ୍ରାମର ରଞ୍ଜିତା ନାଏକ(୯) ଗତକାଲି ରାତ୍ରିରେ ପରିବାର ସହ ଖାଇ ପିଇ ଶୋଇଥିଲେ। ଶୋଇଥିବା ସମୟରେ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ଏହା ଜଣାପଡ଼ିବା ପରେ ପରିବାର ପକ୍ଷରୁ ୧୦୮ ଆମ୍ବୁଲାନ୍ସ ଯୋଗେ ତେଲକୋଇ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଆଣିଥିଲେ। ସେଠାରେ ନାବାଳିକାକୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଘଟଣାଟି ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।

Leave A Reply

Your email address will not be published.