ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଇଏଏସ୍‌ ସ୍ତରରେ ଛୋଟ ଅଦଳବଦଳ : ସତ୍ୟବ୍ରତ ସାହୁଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଦାୟିତ୍ୱ

ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ହେଲେ ଚିତ୍ରା ଅରୁମୁଗମ

ଭୁବନେଶ୍ବର : ରାଜ୍ୟ ସରକାର ଆଜି ଆଇଏଏସ୍‍ ଅଫିସର ସ୍ତରରେ  ଛୋଟ ଅଦଳ ବଦଳ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆଇଏଏସ ସତ୍ୟବ୍ରତ ସାହୁଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଶ୍ରୀ ସାହୁ ନିଜର ପୁରୁଣା ବିଭାଗ ସହ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ ।

ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ମୋନା ଶର୍ମା ଚାକିରିରୁ ଅବସର ନେବା ପରେ ଶ୍ରୀ ସାହୁଙ୍କୁ ଅତିରିକ୍ତ ଭାବେ ଏହି ଦ୍ୱାୟିତ୍ୱ ପ୍ରଦାନ କରାଯାଇଛି । ଶ୍ରୀ ସାହୁ ବର୍ତ୍ତମାନ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦ ସହିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନର ଭଳି ଗୁରୁତ୍ୱପୂର୍ଣ୍ଣ ପଦରେ ଅତିରିକ୍ତ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି । ସେହିପରି ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ଆଇଏଏସ ଚିତ୍ରା ଅରୁମୁଗମଙ୍କୁ ସାଧାରଣ ଉଦ୍ୟୋଗ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।

Leave A Reply

Your email address will not be published.