ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସୋମବାର ରାଶିଫଳ ( ୦୩ – ୦୭ – ୨୦୨୩ )

ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିବ। ବ୍ୟବସାୟ ଆଗକୁ ବଢ଼ାଇବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ।

ବୃଷ: କ୍ଷୁଦ୍ର ଉଦ୍ୟୋଗୀଙ୍କୁ ଲାଭ ମିଳିବ। ଭାଇ, ଭଉଣୀ ଆର୍ଥିକ ସହଯୋଗ ଆଶା କରିବେ। ଛାତ୍ରଛାତ୍ରୀଙ୍କୁ ନୂଆ ପ୍ରୋଜେକ୍ଟରେ କାମ କରିବାର ସୁଯୋଗ ମିଳିବ। ଆଶାରୁ ଅଧିକ ସଫଳତା ଲାଭ କରିବେ।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଥରେ ଆରମ୍ଭ କରିବେ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।

କର୍କଟ: ତରବରିଆ ଭାବେ ନିବେଶ କରନ୍ତୁ ନାହିଁ। ଜୀବନସାଥୀଙ୍କଠାରୁ ଭଲ ଖବର ପାଇବେ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ଅଯଥା କାମରେ ସମୟ ନଷ୍ଟ କରିବେ।

ଏଥିସହିତ ପଢ଼ନ୍ତୁ

ସିଂହ: ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ପିଲାଙ୍କ ପଢ଼ା ପାଇଁ ବ୍ୟସ୍ତ ବିବ୍ରତ ହେବେ ନାହିଁ। ସମାଜସେବାରେ ସମୟ ଦେବେ।

କନ୍ୟା: ବନ୍ଧୁଙ୍କ ଦ୍ବାରା ଆୟର ମାର୍ଗ ଉନ୍ମୁକ୍ତ ହେବ। ନିଜ ପାଇଁ ସମୟ ବାହାର କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଗୁରୁଜନଙ୍କ ଆଶିର୍ବାଦ ନେବେ।

ଅଧିକ ପଢନ୍ତୁ

ତୁଳା: ପଡୋଶୀଙ୍କଠାରୁ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଜୀବନସାଥୀଙ୍କ ମନଦୁଃଖ ହେବ। ଆର୍ଥିକ ସ୍ଥିତିେର ଉନ୍ନତି ପରିଲକ୍ଷିତ ହେବ।

ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ।

ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ ବୁଝାମଣା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ।

କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ମୀନ: ଜୀବନସାଥୀଙ୍କୁ ମନକଥା କହିବେ। ଇଚ୍ଛା ପୂରଣ ହେବ। ନୂଆ ଚାକିରି ମିଳିବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାମୁକ୍ତ ରହିବେ। ମନୋରଞ୍ଜନରେ ଆବଶ୍ୟକତାଠୁ ଅଧିକ ଖର୍ଚ୍ଚ କରିବେ।

Leave A Reply

Your email address will not be published.