ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୬ ତଳକୁ ଖସୁ ନାହିଁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୮୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୫ଜଣ ଓ ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି ଯାଜପୁର, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କୋରାପୁଟ , ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.