ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ୬୫ ତଳକୁ ଖସୁ ନାହିଁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୬୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.