ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଅକ୍ଟୋବରରେ ଅଧିକ ବର୍ଷା, ବିଳମ୍ବରେ ଆସିବ ଶୀତ

ଭୁବନେଶ୍ୱର : ଆସନ୍ତା ଅକ୍ଟୋବର ମାସରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ। ସମସ୍ତ ଉପକୂଳ ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ ଏହା ଦ୍ୱାରା ଚଳିତ ବର୍ଷ ରାଜ୍ୟକୁ ବିଳମ୍ବରେ ଶୀତ ଆସିବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ଆସନ୍ତା ୩ ମାସ ପର୍ଯ୍ୟନ୍ତ ରହିବାକୁ ଥିବା ପାଣିପାଗ ଜନିତ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଫେସର ପଶୁପାଳକ କହିଛନ୍ତି ଯେ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ୫୦ ପ୍ରତିଶତ ସମ୍ଭାବନା ରହିଛି। ସେହିପରି ଉପକୂଳ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବ। ଏହି ବର୍ଷା ଯୋଗୁଁ ଅକ୍ଟୋବର ଓ ନଭେମ୍ବର ମାସରେ ରାଜ୍ୟରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବାର ସମ୍ଭାବନା ରହିଛି।

ତେଣୁ ଚଳିତ ବର୍ଷ ରାଜ୍ୟକୁ ବିଳମ୍ବରେ ଶୀତ ଆସିବ ବୋଲି ଆକଳନ କରାଯାଇଛି। ଡିସେମ୍ବର ମାସରେ ତାପମାତ୍ରା ସ୍ୱାଭାବିକ ରହିବ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି। ରାଜ୍ୟରେ ବର୍ଷାର ପ୍ରକୋପ ହ୍ରାସ ହୋଇଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ବର୍ଷା କମିବା ଯୋଗୁଁ ତାପମାତ୍ରାରେ ବୃଦ୍ଧି ହେବ ଓ ଏଥିପାଇଁ ଆସନ୍ତା ୨ ଦିନରେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏଥିପାଇଁ ଗୁରୁବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଅନ୍ୟପଟେ ଆସନ୍ତା ୧୮ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଘନୀଭୁତ ହୋଇ ଏହା ଲଘୁଚାପର ରୂପ ନେବ ବୋଲି ଜଣାପଡ଼ିଛି। ତେଣୁ ୧୮ରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ ବୋଲି ଆକଳନ କରାଯାଇଛି। ବିଶେଷ କରି ୧୭ ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆକଳନ କରାଯାଇଛି।

Leave A Reply

Your email address will not be published.