ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୦ରୁ ଉର୍ଦ୍ଧ୍ବ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର : ରାଜ୍ୟର କିଛି ଜିଲ୍ଲାରେ ଲାଗି ରହିଛି ବର୍ଷା। ଶୀତ ଦିନର ବର୍ଷା ସାଙ୍ଗକୁ କୋହଲା ପାଗ ରାଜ୍ୟବାସୀଙ୍କ ଥରାଉଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହେବାର ସମ୍ଭାବନା ରହିଛି । ଏହି ସମୟରେରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଉପକୂଳ ଏବଂ ଅଭ୍ୟନ୍ତରିଣ ଓଡ଼ିଶାର ମାଲାକାନଗିରି. କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେଉଁଝର, ଦେଓଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ କାଲିଠୁ ରାଜ୍ୟରେ ବର୍ଷାର ପରିମାଣ କମିବ । ୧୫ ରୁ ୧୬ ତାରିଖ ପର୍ଯ୍ୟନ୍ତ ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କୁଆପଥର ମାଡ଼ ନେଇ ପୂର୍ବାନୁମାନ କରାଯାଇଛି।ଏହି ସମୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କେଉଁଝର, ମୁୟୁରଭଞ୍ଜ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ରାଜ୍ୟରେ ଦୁଇରୁ ତିନି ଦିନ ପରେ ରାତି ସମୟରେ ୨ ରୁ ୪ ଡିଗ୍ରି ପାରଦ ଖସିବାର ପୁର୍ବାନୁମାନ କରାଯାଇଛି ।ଆସନ୍ତା ୧୮ ତାରିଖ ପରେ ପାଗ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨ଦିନ ଯାଏ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ପରବର୍ତ୍ତୀ ସମୟରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ତଳକୁ ରାତ୍ରି ତାପମାତ୍ରା ଖସିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରାଯାଇଛି।

Leave A Reply

Your email address will not be published.