ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପାରିବାରିକ କଳହର କରୁଣ ପରିଣତି; ବୋହୂକୁ ପଥରରେ ଛେଚି ହତ୍ୟା କଲା ଶାଶୁ

ଚଣ୍ଡିଖୋଲ: ପାରିବାରିକ କଳହକୁ ନେଇ ବୋହୂକୁ ପଥରରେ ଛେଚି ହତ୍ୟା କରିଛି ଶାଶୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଶ୍ରୀରାମପୁର ଗାଁରେ । ଦୀର୍ଘ ଦିନ ଧରି ଶାଶୂ ଓ ବୋହୂଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା ବୋଲି ଜଣାପଡିଛି । ମୃତ ବୋହୂ ଶାନ୍ତିଲତା ୧୦ ବର୍ଷ ତଳେ ବଡ଼ଚଣା ଥାନା ଅଧୀନ ହରିଚନ୍ଦନପୁର ଗାଁର ତରୁ ଦାସଙ୍କୁ ବିବାହ କରିଥିଲେ ।

ସୂଚନା ଅନୁସାରେ, ଗତ ଶନିବାର ଦିନ ଶାଶୂ ଓ ବୋହୂଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା । ଏଥିରେ ରାଗି ଯାଇ ଶାଶୂ, ବୋହୂ ଶାନ୍ତିଲତାଙ୍କୁ ପଥରରେ ଛେଚି ଦେଇଥିଲେ । ଗୁରୁତର ଅବସ୍ଥାରେ ଶାନ୍ତିଲତାଙ୍କୁ ଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ କଟକ ସ୍ଥାନାନ୍ତର କରାଯାଇଥିଲା ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଶାନ୍ତିଲଙ୍କା ବାପାଘର ଲୋକ ଥାନାର ଦ୍ୱାରସ୍ଥ ହୋଇଥିବା ବେଳେ, ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.