ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁକୁଲ ରୟଙ୍କ ହେଲା ଘର ବାହୁଡ଼ା, ବିଜେପି ଛାଡି ତୃଣମୂଳ କଂଗ୍ରେସରେ ସାମିଲ ହେଲେ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ବିଜେପିକୁ ଏବେ ଆଉ ଏକ ଝଟକା ଲାଗିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକଦା ଘନିଷ୍ଠ ସହଯୋଗୀ ଥିବା ମୁକୁଲ ରୟ ବିଜେପି ଛାଡ଼ି ତୃଣମୂଳ କଂଗ୍ରେସରେ ସାମିଲ ହୋଇଛନ୍ତି । ଆଜି ସେ ତାଙ୍କ ପୁଅ ଶୁଭ୍ରାଂଶୁଙ୍କ ସହିତ ତୃଣମୂଳ କଂଗ୍ରେସକୁ ବାହୁଡିଛନ୍ତି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପସ୍ଥିତିରେ ଦୁହେଁ ଟିଏମସିରେ ସାମିଲ ହୋଇଛନ୍ତି ।

ପ୍ରାୟ ୪ ବର୍ଷ ପରେ ଘରକୁ ଫେରିଛନ୍ତି ମୁକୁଲ ରୟ । ୨୦୧୭ ନଭେମ୍ବରରେ ଟିଏମସି ଛାଡ଼ି ମୁକୁଲ ରୟ ବିଜେପିରେ ସାମିଲ୍ ହୋଇଥିଲେ । ଗତ କିଛିଦିନ ହେଲା ବିଜେପି ସହ ମୁକୁଲଙ୍କ ମତଭେଦ ଲାଗି ରହିଥିବା ବେଳେ ସେ ଆଜି ଟିଏମସିରେ ଯୋଗ ଦେଇଥିଲେ । କିଛିଦିନ ତଳେ ଟିଏମସି ସାଂସଦ ଅଭିଷେକ ବାନାର୍ଜୀ ରୋଗରେ ପୀଡ଼ିତ ଥିବା ମୁକୁଲ ରୟଙ୍କ ପତ୍ନୀଙ୍କୁ ଦେଖିବାକୁ ଯାଇଥିଲେ । ସେବେଠାରୁ ଏହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା ।

ମୁକୁଲ ରୟ ପୁଅ ଶୁଭ୍ରାଂଶୁ ସହ ଟିଏମସିରେ ସାମିଲ୍ ହେବା ପରେ ମମତା ବାନାର୍ଜୀ ପ୍ରତିକ୍ରିୟା ରଖିଛନ୍ତି । ମମତା କହିଛନ୍ତି, ମୁକୁଲ ରୟ ଦଳ ସହ କୌଣସି ବିଶ୍ୱାସ ଘାତକତା କରିନାହାଁନ୍ତି । ଯେଉଁମାନେ ଦଳ ସହ ବିଶ୍ୱାସ ଘାତକତା କରିଛନ୍ତି, ସେମାନଙ୍କୁ ଫେରାଇ ଅଣାଯିବ ନାହିଁ ।

Leave A Reply

Your email address will not be published.