ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପୌର ନିର୍ବାଚନରୁ ହଟିଲା କୋଭିଡ କଟକଣା, ଏଣିକି ଜମିବ ପ୍ରଚାର

ଭୁବନେଶ୍ବର: ଏଣିକି ଜମିବ ପୌର ନିର୍ବାଚନ ପ୍ରଚାର। ବିନା କୋଭିଡ କଟକଣାରେ ପୌର ନିର୍ବାଚନ ପ୍ରଚାର ହୋଇପାରିବ। ଏନେଇ ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି।

ସେ ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ,ରାଜ୍ୟରେ କୋଭିଡ ପଜିଟିଭିଟି ହାର ହ୍ରାସ ପାଇଥିବାରୁ ପୌର ନିର୍ବାଚନ ପ୍ରଚାରରେ କୌଣସ କରୋନା କଟକଣା ନାହିଁ। ସାଧାରଣ ଭାବେ ଯେମିତି ପ୍ରଚାର କରାଯାଏ, ସେମିତି ପ୍ରଚାର କରାଯାଇପାରିବ। ତେବେ ଯଦି ଆଗକୁ ରାଜ୍ୟରେ କରୋନା ସଂକ୍ରମଣ ବଢ଼େ, ତେବେ ପୁଣି କଟକଣା ଲାଗୁ କରାଯିବ। ପ୍ରତି ପୋଲିଂ ଟିମରେ ଜଣେ ପ୍ରିଜାଇଡିଂ ଅଫିସର ଓ ୪ ପୋଲିଂ ଅଫିସର ରହିବେ। ପୋଲିଂ କର୍ମଚାରୀ ଚାହିଁଲେ ନିଜର ମତଦାନ ଅଧିକାର ସାବ୍ୟସ୍ତ କରି ପାରିବେ।

Leave A Reply

Your email address will not be published.