ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦେଶରେ ପୁଣି ନମ୍ବର-୧ ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ, ଇଣ୍ଡିଆ ଟୁଡେ ସର୍ଭେରେ ୭୧.୧ ପ୍ରତିଶତ ଜନତାଙ୍କ ପସନ୍ଦ ନବୀନ

ଭୁବନେଶ୍ବର : ପୁଣି ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ସର୍ଭେ ରିପୋର୍ଟରେ ପୁଣିଥରେ ନବୀନ ନେତା ନମ୍ବର ୱାନ୍ ହୋଇଛନ୍ତି।  ଇଣ୍ଡିଆ ଟୁଡେ ସର୍ଭେର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ଶୀର୍ଷରେ ରହିଛନ୍ତ ନବୀନ ପଟ୍ଟନାୟକ । ରାଜ୍ୟର ୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ ନବୀନ ପଟ୍ଟନାୟକ । ଏହି ରିପୋର୍ଟରେ କୋଭିଡ-୧୯ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ସେହିପରି ମହାମାରୀ ମୁକାବିଲାରେ ବି ଓଡ଼ିଶା ଏକ ନମ୍ବର ହୋଇଛି । ଜନକଲ୍ୟାଣ ଯୋଜନା ଓ ଲୋକାଭିମୁଖୀ ଶାସନର ରୋଲ୍‌ ମଡେଲ ହେଉଛନ୍ତି ନବୀନ ପଟ୍ଟନାୟକ ।

Clippings Credit: IndiaToday

 

ଜାତୀୟ ଗଣମାଧ୍ୟମ କରିଥିବା ସର୍ଭେ ଅନୁସାରେ ନବୀନ ସରକାରଙ୍କୁ ପସନ୍ଦ କରିଛନ୍ତି ସର୍ବାଧିକ ୭୧ ଦଶମିକ ୧ ପ୍ରତିଶତ ଲୋକ । ଅର୍ଥାତ ସରକାରଙ୍କ ଲୋକାଭିମୁଖୀ ପଦକ୍ଷେପ ଓ ପ୍ରଶାସନର କାର୍ୟ୍ୟଶୈଳୀରେ ଲୋକେ ସନ୍ତୋଷ ପ୍ରକାଶ କରିଛନ୍ତି । ତେବେ ଏହି କ୍ରମରେ ଦ୍ୱିତୀୟରେ ଅଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନୀର୍ଜୀ ଓ ତୃତୀୟରେ ଅଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ । ମମତାଙ୍କୁ ୬୯ ଦଶମିକ ୯ ପ୍ରତିଶତ ଲୋକ ପସନ୍ଦ କରିଥିବା ବେଳେ ଷ୍ଟାଲିନଙ୍କୁ ପସନ୍ଦ କରିଛନ୍ତି ୬୭ ଦଶମିକ ୫ ପ୍ରତିଶତ ଲୋକ।ଚତୁର୍ଥରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ପଞ୍ଚମରେ କେରଳ ମୁଖ୍ୟମନ୍ତ୍ରୀ ପୀନରାୟୀ ବିଜୟନ୍, ଷଷ୍ଠରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ ଅଛନ୍ତି । ସେହିପରି ସପ୍ତମରେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା, ଅଷ୍ଟମରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଓ ନବମରେ ଅଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରହିଛନ୍ତି ।

Clippings Credit: IndiaToday

 

ତେବେ ବଡକଥା ହେଉଛି ଦେଶରେ ପସନ୍ଦର ମୁଖ୍ୟମନ୍ତ୍ରୀ ତାଲିକାରେ ୯ଜଣ ମୁଖ୍ୟମନ୍ତ୍ରୀଙ୍କୁ ୪୦ ପ୍ରତିଶତରୁ ଅଧିକ ଲୋକ ପସନ୍ଦ କରିଛନ୍ତି । ଗତବର୍ଷ ଜାନୁଆରୀରେ ଇଣ୍ଡିଆ ଟୁଡେ କରିଥିବା ସର୍ଭେରେ ମଧ୍ୟ ନବୀନ ପଟ୍ଟନାୟକଙ୍କୁ ପସନ୍ଦ କରିଥିଲେ ସର୍ବାଧିକ ଲୋକ । ସେତେବେଳେ ୫୧ ପ୍ରତିଶତ ଲୋକ ନବୀନ ସରକାରଙ୍କୁ ପସନ୍ଦ କରିଥିବାବେଳେ ଚଳିତବର୍ଷ ଏହା ୭୧ ପ୍ରତିଶତକୁ ବଢିଛି । ଅର୍ଥାତ ନବୀନଙ୍କୁ ଆହୁରୀ ୨୦ ପ୍ରତିଶତ ଲୋକ ପସନ୍ଦ କରିଛନ୍ତି। ରାଜ୍ୟରେ ବିକାଶ, ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନକୁ ପାଥେୟ କରି ଏହି ସର୍ଭେ କରାଯାଇଛି । ନାରୀ ସଶକ୍ତିକରଣ, ସ୍ଥିରତା, ସୁଶାସନ, ଦୁର୍ନୀତି ଓ ଭ୍ରଷ୍ଟାଚାରମୁକ୍ତ ଓଡ଼ିଶା ଗଠନରେ ନବୀନ ସାଜିଛନ୍ତି ଷ୍ଟେଟସ୍ ମ୍ୟାନ୍ । ସ୍ୱାସ୍ଥ୍ୟ ଭିତ୍ତିଭୂମି, ବିପର୍ଯ୍ୟୟ ପରିଚାଳନାରେ ସାରାଦେଶରେ ଉଦାହରଣ ପାଲଟିଛି ଓଡ଼ିଶା । କୋଭିଡ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ଉଲ୍ଲେଖନୀୟ କୋଭିଡ ପରିଚାଳନାରେ ଓଡ଼ିଶା ନମ୍ବର ୧ । ସଫଳ କୋଭିଡ୍‌ ପରିଚାଳନା ପାଇଁ ଓଡ଼ିଶା ୭୬.୭ ପ୍ରତିଶତ ଲୋକଙ୍କଠାରୁ ମିଳିଛି ସମର୍ଥନ । ଦ୍ୱିତୀୟରେ ଉତ୍ତରପ୍ରଦେଶ, ତୃତୀୟ ଆସାମ, ଚତୁର୍ଥରେ ତାମିଲନାଡୁ ଓ ପଞ୍ଚମରେ ମହାରାଷ୍ଟ୍ର ରହିଛି ।

Leave A Reply

Your email address will not be published.