ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହକି ଇଣ୍ଡିଆର ବିଜୟରେ ଖୁସି ମନାଇବାସହ ଶୁଭେଚ୍ଛା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ହକି ଇଣ୍ଡିଆର ବିଜୟରେ ଖୁସି ମନାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ୪୧ ବର୍ଷ ପରେ ଭାରତୀୟ ପୁରୁଷ ହକି ଟିମ ଅଲିମ୍ପିକ୍ସର ସେମି ଫାଇନାଲକୁ ପ୍ରବେଶ କରିଛି । ଭାରତୀୟ ହକି ଟିମର ଏହି ଐତିହାସିକ ବିଜୟରେ ଖୁସି ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ବସି ସମ୍ପୂର୍ଣ୍ଣ ମ୍ୟାଚ ଦେଖିବା ସହ ଟ୍ୱିଟ କରି ଭାରତୀୟ ହକି ଟିମକୁ ଶୁଭେଛା ଜଣାଇଛନ୍ତି ।

ଭାରତୀୟ ହକି ଟିମ ଇତିହାସର ପୁନରାବୃତ୍ତି କରିବା ନେଇ ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଚ୍ଚନାୟକ । ଆଗାମୀ ମ୍ୟାଚରେ ଭାରତୀୟ ପୁରୁଷ ହକି ଟିମ ବେଲଜିୟମକୁ ଭେଟିବାକୁ ଯାଉଥିବାବେଳେ ନିଶ୍ଚୟ ବିଜୟ ହାସଲ କରିବ ବୋଲି ମଧ୍ୟ ଆଶା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଟୋକିଓ ଅଲିମ୍ପିକ୍ସରେ ଟିମ ବିଜୟ ହାସଲ କରିବା ନେଇ ଶୁଭେଛା ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।


ଅନ୍ୟପଟେ ଯେତେବେଳେ ଭାରତ ସହ ବ୍ରିଟେନର ମ୍ୟାଚ ଜାରି ରହିଥିଲା । ସେତେବେଳେ ମୁଖ୍ୟମନ୍ତ୍ରୀ ନିଜ ବାସଭବନରେ ରହି ସମ୍ପୂର୍ଣ୍ଣ ମ୍ୟାଚକୁ ଦେଖୁଥିଲେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ମଧ୍ୟ ଉପସ୍ଥିତ ରହିଥିଲେ । ଯେଉଁ ସମୟରେ ଭାରତୀୟ ପୁରୁଷ ହକି ଟିମ ବ୍ରିଟେନକୁ ପରାଜୟ କରିବା ସହ ବିଜୟ ହୋଇଥିଲା, ସେହି ସମୟରେ ମୁଖ୍ୟମନ୍ତ୍ରୀ ଠିଆ ହୋଇପଡିଥିଲେ ଏବଂ ଭାରତୀୟ ଟିମକୁ ଉତ୍ସାହିତ କରିବା ସହ ତାଳି ମଧ୍ୟ ମାରିଥିଲେ ।

Leave A Reply

Your email address will not be published.