ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ସୁପ୍ରିମକୋର୍ଟଙ୍କ ଫୈସଲା ପରେ ନବୀନଙ୍କ ଟ୍ୱିଟ୍-‘ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ’

ଭୁବନେଶ୍ଵର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ଆସିଛି ମାନ୍ୟବର ସୁପ୍ରିମକୋର୍ଟଙ୍କ ବଡ ରାୟ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିରୋଧ କରି ଆଗତ ହୋଇଥିବା ଦୁଇଟି ଆବେଦନକୁ ରଦ୍ଦ କରିଛନ୍ତି ସର୍ବେଚ୍ଚ ନ୍ୟାୟାଳୟ । ଏହାସହ ସୁପ୍ରିମକୋର୍ଟରେ ଓଡ଼ିଶା ସରକାରଙ୍କ ବିଜୟ ହୋଇଛି । ଏହି ବିଜୟ ପରେ ସାମ୍ନାକୁ ଆସିଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ଵିଟ୍। ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ । ଜୟ ଜଗନ୍ନାଥ ବୋଲି ଟ୍ଵିଟ୍ କଲେ ନବୀନ। ଟ୍ୱିଟରେ ମୁଖ୍ୟମନ୍ତ୍ରୀ ନବୀନ କହିଛନ୍ତି, ‘ତୁମ ଇଚ୍ଛା ବିନା ପତ୍ରଟେ ହଲେନି ଆହେ ଜଗନ୍ନାଥ । ଜୟ ଜଗନ୍ନାଥ ।’ ସରକାରଙ୍କ ବିଜୟ ପରେ ଶ୍ରୀଜଗନ୍ନାଥଙ୍କୁ ନବୀନ ପଟ୍ଟନାୟକ ଶ୍ରେୟ ଦେଇଛନ୍ତି ।

ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ରଖିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର । କୋର୍ଟରେ ଦୁଇଟି ପିଟିସନ ଖାରଜ ହୋଇଥିବାରୁ ଏହାକୁ ସ୍ବାଗତ କରିଛନ୍ତି  ସେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଭିମୁଖ୍ୟର ବିଜୟ ହୋଇଛି । ସମ୍ମାନନୀୟ ସୁପ୍ରିମକୋର୍ଟଙ୍କ ଜରିଆରେ ଶ୍ରୀଜଗନ୍ନାଥଙ୍କ ଇଚ୍ଛାର ପ୍ରକଟ ହୋଇଛି ବୋଲି ପିନାକୀ ମିଶ୍ର କହିଛନ୍ତି ।

Leave A Reply

Your email address will not be published.