ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବଜେଟ୍-୨୦୨୨-୨୩: ବେରୋଜଗାର ଏବଂ ବେକାରୀ ସମସ୍ୟା ହଟାଇବା ପାଇଁ ସୃଷ୍ଟି ହେବ ୬୦ ଲକ୍ଷ ନିଯୁକ୍ତି

ନୂଆଦିଲ୍ଲୀ : ସଂସଦରେ ବର୍ଷ ୨୦୨୨-୨୩ ପାଇଁ ବଜେଟ ଆଗତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ଯୁବପୀଢିଙ୍କ ପାଇଁ ବଡ ଘୋଷଣା କରାଯାଇଛି । ଆତ୍ମନିର୍ଭର ଭାରତ ଅନ୍ତର୍ଗତରେ ସୃଷ୍ଟି ହେବ ୬୦ ଲକ୍ଷ ନୂଆ ନିଯୁକ୍ତି ଏବଂ ଏହା ସହିତ ଆସନ୍ତା ୫ ବର୍ଷରେ ୩୦ ଲକ୍ଷ କୋଟି ଅତିରିକ୍ତ ଉତ୍ପାଦନ ହେବ । ଯାହାଦ୍ୱାରା ଦେଶରେ ବେରୋଜଗାର ଏବଂ ବେକାରୀ ସମସ୍ୟା ଦୂର ହେବ ବୋଲି ଆଶା କରାଯାଉଛି । ଏହି ବଜେଟ୍‌ ଯୋଗେ କୃଷକ, ଯୁବପୀଢିଙ୍କୁ ଫାଇଦା ମିଳିବ। ଚଳିତ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୯.୨% ରହିଛି। ଆଗକୁ ଭାରତର ଅଭିବୃଦ୍ଧି ହାର ୯.୨୭% ଲକ୍ଷ୍ୟ ରଖାଯାଇଛି ।

ଏହା ସହିତ ଦେଶରେ ୪୦୦ ନୂଆ ବନ୍ଦେ ଭାରତ ଟ୍ରେନ୍ ଆଗାମୀ ୩ ବର୍ଷରେ ତିଆରି ହେବ । ପର୍ବତମାଳା ଅନ୍ତର୍ଗତରେ ପାହାଡି ଅଂଚଳରେ ପିପିପି ମୋଡରେ ରାସ୍ତା ନିର୍ମାଣ କରାଯିବ ।

Leave A Reply

Your email address will not be published.