ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖରାଛୁଟି ପରେ ନୂଆ ଶିକ୍ଷାବର୍ଷ, ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଓସେପା ନିର୍ଦେଶକଙ୍କ ଚିଠି

ଭୁବନେଶ୍ବର : ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି। ଖରା ଛୁଟି ପରେ କେମିତି ଚାଲିବ ପାଠପଢ଼ା । ଏନେଇ ଓସେପା ଅର୍ଥାତ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ପକ୍ଷରୁ ଜାରି କରାଗଲା ଗାଇଡଲାଇନ୍ । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢ଼ାଯିବ ସେନେଇ ଓସେପା ପକ୍ଷରୁ ନିୟମାବଳୀ ଜାରି କରଯାଇଛି ।

ଏନେଇ ସମସ୍ତ ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି । ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ ।ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକଣା ଢଙ୍ଗରେ ଶିକ୍ଷାଦାନ ହେବ ସେଥିନିମନ୍ତେ ପ୍ରସ୍ତୁତ ହୋଇଛି ନିୟମାବଳୀ।

ଖରାଛୁଟି ସରିବା ପରେ ନୂଆ ଶିକ୍ଷାବର୍ଷ ଆରମ୍ଭ ହେଉଥିବାରୁ, କିପରି ଠିକଣା ଢଙ୍ଗରେ ଶିକ୍ଷାଦାନ ଆରମ୍ଭ କରାଯିବ ସେନେଇ ଚିଠିରେ ଉଲ୍ଲେଖ ରହିଛି । ଶତ ପ୍ରତିଶତ ସିଲାବସ୍ ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠ ପଢା ସମୟ ସମ୍ବନ୍ଧରେ ଆଲୋଚନା କରିବେ।

କିଭଳି ଭାବେ ସଠିକ୍‌ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ । କରୋନା କାଳରେ କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ । ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ । ଶ୍ରେଣୀ ଓ ବିଷୟ ଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ । ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ । ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ ।

ଶିକ୍ଷକମାନେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ବତନ୍ତ୍ର ଯୋଜନା କରିବେ । ସିଆରସିସିମାନେ ନିଜ କ୍ଲଷ୍ଟରରେ ପାଠପଢା ଉପରେ ତୀକ୍ଷ୍ଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ । ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ୍ସ ପିଲାଙ୍କ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାକୁ ଯାଞ୍ଚ କରିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି ।

Leave A Reply

Your email address will not be published.