ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି

ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳରେ ନୂଆ ନିଯୁକ୍ତି ଦିଆଯାଇଛି । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆଙ୍କ ସୁପାରିସ୍ କ୍ରମେ ନୂଆ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ରାଜ୍ୟ କାର୍ୟ୍ୟାଳୟରେ ଉପଦେଷ୍ଟା ଭାବେ ଡକ୍ଟର ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ, ନନ୍ଦିନୀ ଦେବୀଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି କାର୍ୟ୍ୟକାରୀ ସଭାପତି ଭାବେ ସୁଭାଶିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି ।ପ୍ରେସ୍ ଇସ୍ତାହାର ଜରିଆରେ ଏନେଇ ସୂଚନା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି ।

ବିଜୁ ମହିଳା ଜନତା ଦଳର ସାଧାରଣ ସମ୍ପାଦକ ଭାବେ କସ୍ତୁରୀ ମହାପାତ୍ର, ରାଜ୍ୟ କୋଷାଧ୍ୟକ୍ଷ ଜୟଶ୍ରୀ ଦାସ. ସୋସିଆଲ୍ ମିଡିଆ କୋ-ଅର୍ଡିନେଟର ଭାବେ ମାନସୀ ସୁନ୍ଦରାୟଙ୍କୁ ନିଯୁକ୍ତ କରାଯାଇଛି ।

ଭୁବନେଶ୍ୱର, କଟକ, ବାଲେଶ୍ୱର, ସମ୍ବଲପୁର, ବଲାଙ୍ଗିର ଆଦି ୫ଟି ଜୋନରେ ସଭାପତି ସହ କାର୍ୟ୍ୟକାରୀ ସଭାପତି ନିଯୁକ୍ତ କରାଯାଇଛି । ଗଞ୍ଜାମ ଓ କୋରାପୁଟ ଜୋନରେ ସଭାପତି ନିଯୁକ୍ତ କରାଯାଇଛି । ବରିଷ୍ଠ ଉପସଭାପତି ଭାବେ ୯ ଜଣଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଉପସଭାପତି ଭାବେ ୨୭ ଜଣ, ସାଧାରଣ ସମ୍ପାଦକ ଭାବେ ୩୫ ଜଣ, ସମ୍ପାଦକ ଭାବେ ୩୬ ଜଣ, ଯୁଗ୍ମ ସମ୍ପାଦକ ଭାବେ ୨୮ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି ।

୩୩ଟି ସାଙ୍ଗଠନିକ ଜିଲ୍ଲାରେ ୩୩ ଜଣଙ୍କୁ ସଭାପତି ଭାବେ ନିଯୁକ୍ତ କରାଯାଇଛି । ବିଜୁ ମହିଳା ଜନତା ଦଳର ଏକଜୁକ୍ୟୁଟିଭ୍ ବଡି ମେମ୍ବର ଭାବେ ୬୯ ଜଣଙ୍କୁ ନିଯୁକ୍ତ କରାଯାଇଛି । ଏହି ନୂଆ ନିଯୁକ୍ତି ତତ୍କାଳ କାର୍ୟ୍ୟକାରୀ ହେବ ।

Leave A Reply

Your email address will not be published.