ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭୁବନେଶ୍ୱରରେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଆଜି ଅପରାହ୍ନରେ ଦାୟିତ୍ୱ ଗ୍ରହଣ କରିପାରନ୍ତି

ଭୁବନେଶ୍ୱର: ଓଡ଼ିଶା ଆସିଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ପହଂଚିଛନ୍ତି ମନୋଜ ଆହୁଜା। ମୁଖ୍ୟ ଶାସନ ସଚିବ ଭାବରେ ନାମ ଘୋଷଣା ପରେ ଓଡ଼ିଶା ଫେରିଛନ୍ତି ମନୋଜ। ଆଜି ସରୁଛି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ। ଆଜି ଅପରାହ୍ନରେ ନୂଆ ମୁଖ୍ୟ ସଚିବ ଭାବରେ ଦାୟିତ୍ଵ ଗ୍ରହଣ କରିପାରନ୍ତି ମନୋଜ ଆହୁଜା।

ଆଜି ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତେଣୁ ମନୋଜ ଆହୁଜା ଆଜି ଦାୟିତ୍ୱ ଗ୍ରହଣ କରିବାର ସମ୍ଭାବନା ରହିଛି । ୧୯୯୦ ବ୍ୟାଚର ବରିଷ୍ଠ ଆଇଏଏସ ଅଫିସର ହେଉଛନ୍ତି ମନୋଜ ଆହୁଜା। ଖୋର୍ଦ୍ଧା ଜିଲ୍ଲାପାଳ ଭାବେ କ୍ଯାରିଅର ଆରମ୍ଭ କରିଥିଲେ ମନୋଜ ଆହୁଜା। ସେ କେନ୍ଦ୍ର କୃଷି ସଚିବ ଦାୟିତ୍ଵରେ ରହିଥିଲେ । ୨୦୧୭ରେ କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ଲାଲ ବାହାଦୂର ଶାସ୍ତ୍ରୀ ଏକାଡେମୀର ସ୍ଵତନ୍ତ୍ର ନିର୍ଦ୍ଦେଶକ ଭାବେ କାମ କରିଥିଲେ । ୨୦୨୦ରେ କେନ୍ଦ୍ର ଶିକ୍ଷାମନ୍ତ୍ରାଳୟରେ ସେ ସିବିଏସଇ ଅଧ୍ୟକ୍ଷ ଭାବେ ଦାୟିତ୍ଵରେ ରହିଥଲେ। ଏହାପରେ ୨୦୦୯ରେ ଖାଦ୍ୟ ଯୋଗାଣ ସଚିବ, ୨୦୧୦ରେ ଖଣି ଇସ୍ପାତ ବିଭାଗ ସଚିବ ହୋଇଥିଲେ । ୨୦୧୨ରେ କ୍ରୀଡ଼ା ଯୁବ ବ୍ଯାପାର ଓ ୨୦୧୨ ରୁ ୨୦୧୫ ପର୍ଯ୍ୟନ୍ତ ବାଣିଜ୍ୟ କର କମିଶନର ଥିଲେ । ୨୦୧୫ରେ ସମବାୟ ବିଭାଗର ସଚିବ ଦାୟିତ୍ଵ ଗ୍ରହଣ କରିଥିଲେ।

Leave A Reply

Your email address will not be published.