ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସିଲା ଜାନୁଆରୀ ମାସ ପାଇଁ ଗାଇଡଲାଇନ: ରାଜ୍ୟର ସବୁ ସହରାଞ୍ଚଳରେ ପୁଣି ଲାଗୁହେବ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ୱର: ଓଡିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ । ଓମିକ୍ରନ୍‌ର ଭୟାବହତା ଏବଂ ନୂଆ ବର୍ଷ ସେଲିବ୍ରେସନକୁ ଦୃଷ୍ଟିରେ ରଖି ରାଜ୍ୟକୁ ପୁଣି ଫେରିଛି ନାଇଟ୍‌ କର୍ଫ୍ୟୁ । ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସବୁ ସହରାଞ୍ଚଳରେ ପୁଣି ଲାଗୁହେବ ନାଇଟ୍‌ କର୍ଫ୍ୟୁ । ଜାନୁଆରୀ ପହିଲା ସକାଳ ୫ଟାରୁ କଟକଣା କାର୍ଯ୍ୟକାରୀ ହେବ । କୋଭିଡ ନିୟମ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା କୋଭିଡ ଗାଇଡଲାଇନ ଅନୁଯାୟୀ, ରାତି ୧୦ଟାରୁ ଭୋର ୫ଟା ଯାଏ ସହରାଞ୍ଚଳରେ ନାଇଟ୍‌ କର୍ଫ୍ୟୁ ଜାରି ରହିବ । ଭୋର ୫ଟାରରୁ ରାତି ୧୦ ଯାଏ ଦୋକାନ ବଜାର ଖୋଲା ରହିବ । ସମସ୍ତ ସାମାଜିକ ଓ ଧାର୍ମିକ ସମ୍ମିଳନୀ ଉପରେ ରୋକ୍ । ସେହିପରି୧୦୦ ଲୋକଙ୍କ ମଧ୍ୟରେ ରାଜନୈତିକ କାର୍ଯ୍ୟକ୍ରମ ସୀମିତ ରହିବ ।

ସେହିପରି ପ୍ରଦର୍ଶନୀ ଓ ବାଣିଜ୍ୟ ମେଳା, ପାର୍କ, ନେଚରକ୍ଲବ, ବେଳାଭୂମି ଓ ପର୍ଯ୍ୟଟନସ୍ଥଳୀରେ ଭୋଜିଭାତ ଆଦି ନିଷେଧ ରହିବ । କେବଳ ସରକାରୀ ଅନୁମୋଦିତ କାର୍ଯ୍ୟକ୍ରମକୁ ଅନୁମତି ମିଳିଛି । ହୋଟେଲ ଓ ଅନ୍ୟ ପ୍ରତିଷ୍ଠାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ମନା ରହିଛି । ଶିକ୍ଷା ଅନୁଷ୍ଠାନ ଓ ଅନ୍ୟ ପ୍ରତିଷ୍ଠାନର ବାର୍ଷିକତ୍ସୋବ ମନା, ୫୦ ପ୍ରତିଶତ ଦର୍ଶକରେ ଚାଲିପାରିବ ଅଡିଟୋରିୟମ ଓ ସମ୍ମିଳନୀ କକ୍ଷ । ୫୦ ପ୍ରତିଶତ ଦର୍ଶକରେ ଚାଲିପାରିବ ସିନେମା ହଲ୍ । ସ୍ଥାନୀୟ ପ୍ରଶାସନର ନିର୍ଦ୍ଦେଶରେ ଚାଲିପାରିବ ଖୋଲା ମଞ୍ଚ ଓ ଯାତ୍ରା । ସେପଟେ ୨୫୦ ଲୋକଙ୍କୁ ନେଇ ହୋଇପାରିବ ବିବାହ, ବ୍ରତଘର ଓ ଦଶାହ କାର୍ଯ୍ୟ ହେବା ନେଇ ନିର୍ଦ୍ଦେଶ ନାମାରେ ଉଲ୍ଲେଖ ରହିଛି ।

Leave A Reply

Your email address will not be published.