ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶ୍ରମିକଙ୍କ ପାଇଁ ଆରମ୍ଭ ହେଲା ନୂତନ ପ୍ରଯୁକ୍ତି ସେବା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଶ୍ରମ ଓ କମର୍ଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ମେ’ ୧ ତାରିଖରେ ରାଜ୍ୟସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ଭୁବନେଶ୍ଵରସ୍ଥିତ ଜୟଦେବ ଭବନରେ ପାଳିତ ହୋଇଯାଇଛି । ଏହି ସମାରୋହକୁ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍‌ଘାଟନ କରିଥିଲେ ।

ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ କାର୍ଯ୍ୟରତ ଶ୍ରମିକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ନିମନ୍ତେ ନିରନ୍ତର ଭାବେ କାର୍ଯ୍ୟ କରୁଛି । ନିର୍ମାଣ ଶ୍ରମିକମାନଙ୍କର କଲ୍ୟାଣ ପାଇଁ ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଗଠନ କରାଯାଇ ଅଦ୍ୟାବଧୂ ୩୫ ଲକ୍ଷରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକଙ୍କୁ ଏହି ବୋର୍ଡ ଅଧୀନରେ ପଞ୍ଜିକୃତ କରାଯାଇ ମୋଟ ୨୬୬୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ପଞ୍ଜିକୃତ ନିର୍ମାଣ ଶ୍ରମିକ ତଥା ସେମାନଙ୍କ ପରିବାରଙ୍କୁ ଶିକ୍ଷାବୃତ୍ତି, ବିବାହ, ପ୍ରସୂତି, ମୃତ୍ୟୁ, ଅନ୍ତେଷ୍ଟିକ୍ରିୟା ସକାଶେ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ସହଭାଗିତାରେ ଏହି ‘କଲ୍ୟାଣ ବୋର୍ଡ଼ ମାଧ୍ୟମରେ ‘ ନିର୍ମାଣ ଶ୍ରମିକ ପକ୍କାଘର ଯୋଜନା’, ‘ନିର୍ମାଣ ଶ୍ରମିକ ପେନସନ୍ ଯୋଜନା’, ସରକାରୀ ଆଇ.ଟି.ଆଇ ଓ ଡିପ୍ଲୋମା ଅନୁଷ୍ଠାନରେ ଶିକ୍ଷା ନିମନ୍ତେ ‘ ନିର୍ମାଣ କୁସୁମ ଯୋଜନା’  କାର୍ଯ୍ୟକାରୀ କରାଯାଉଛି ।

ସେହିପରି ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ପାଇଁ ‘ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ’ ଗଠନ କରାଯାଇ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି । ପ୍ରବାସୀ ଶ୍ରମିକମାନଙ୍କର ସୁରକ୍ଷା ପାଇଁ ସ୍ଵତନ୍ତ୍ର ଦୃଷ୍ଟି ଦିଆଯିବା ସହ ରାଜ୍ୟର ୪ଟି ପ୍ରବାସୀ ଶ୍ରମିକ ପ୍ରବଣ ଜିଲ୍ଲା ଯଥା – ବଲାଙ୍ଗୀର, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାର ୪୭୭ ଗୋଟି ପଂଚାୟତରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସହାୟତା ପ୍ୟାକେଜ୍ କାର୍ଯ୍ୟକାରୀ ହେଉଛି ।

ରାଜ୍ୟ ସରକାରଙ୍କ ୫ଟି ଉପକ୍ରମରେ PAReSHRAM portal କାର୍ଯ୍ୟକାରୀ କରାଯାଇ ୫୨ଟି ବିଭିନ୍ନ ସେବା ଅନଲାଇନ୍‌ ମାଧ୍ୟମରେ ଯୋଗାଇ ଦିଆଯାଉଅଛି । ଯାହା ରାଜ୍ୟରେ ବ୍ୟବସାୟ ସରଳୀକରଣ ଦିଗରେ ସହାୟକ ହେବା ସହ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସ୍ଵଚ୍ଛତାର ସହ ସେବା ଯୋଗାଇ ପାରିଛି । ଅଦ୍ୟାବଧୂ, ଏହି ପୋର୍ଟାଲ ମାଧ୍ୟମରେ ୧୬,୫୦୦ରୁ ଉର୍ଦ୍ଧ୍ବ ସେବା ପ୍ରଦାନ କରାଯାଇଛି ।

ଆଜିର ଏହି ସମାରୋହରେ ମୁଖ୍ୟଅତିଥି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ନୂତନ ଅନ୍‌ଲାଇନ୍ ପୋର୍ଟାଲ https:\\nirmanshramik.odisha.gov.inକୁ ଲୋକାର୍ପଣ କରି କହିଥିଲେ ଯେ ଏହି ବ୍ୟବସ୍ଥା ଦ୍ଵାରା ନିର୍ମାଣ ଶ୍ରମିକମାନଙ୍କୁ ପଞ୍ଜିକରଣ, ନବୀକରଣ ଓ ସହାୟତା ଆବେଦନ ନିମନ୍ତେ ଏବେ ଆଉ ଶ୍ରମ କାର୍ଯ୍ୟାଳୟକୁ ଯିବାକୁ ପଡ଼ିବ ନାହିଁ । ଶ୍ରମିକ ଭାଇଭଉଣୀମାନେ ଘରେ ବସି ମଧ୍ୟ ଉପରୋକ୍ତ ସେବା ପାଇପାରିବେ ।

ଏହି ଅବସରରେ ମାନ୍ୟବର ମନ୍ତ୍ରୀ ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ (www.labourdirectorate.odisha.gov.in) ଏବଂ କାରଖାନା ଓ ବାଞ୍ଚିତ୍ର ନିର୍ଦ୍ଦେଶାଳୟ (www.dfb.odisha.gov.in) ର ଦୁଇଟି ୱେବସାଇଟକୁ ମଧ୍ୟ ଲୋକାର୍ପଣ କରିଥିଲେ । ତତ୍ସହିତ ‘ଶ୍ରମ କଲ୍ୟାଣ’ ନାମକ ଏକ ବୁଲେଟିନ୍ ମଧ୍ୟ ଉନ୍ମୋଚିତ ହୋଇଥିଲା । ବିଭିନ୍ନ ଶ୍ରମିକ ଭାଇଭଉଣୀମାନଙ୍କୁ ବିଭାଗ ତରଫରୁ ମୁଖ୍ୟଅତିଥି ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।

Leave A Reply

Your email address will not be published.