ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କରୋନା ସଂକ୍ରମଣ ତଳମୁହାଁ ରହିଛି, ଗ୍ରାଫ ସମ୍ପୂର୍ଣ୍ଣ ତଳକୁ ଆସିବା ଯାଏ ଆମକୁ ଅପେକ୍ଷା କରିବାକୁ ପଡିବ- ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ଯା ହ୍ରାସ ଘଟିଛି। କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ରାଜ୍ୟରେ କୋଭିଡ ସଂକ୍ରମଣ ବର୍ତ୍ତମାନ କମିବା ଅବସ୍ଥାରେ ଅଛି । ପୂରା ତଳକୁ ଆସିନାହିଁ । ଦ୍ଵିତୀୟତଃ ଟୀକାକରଣ ଅଧିକ ଥିବାରୁ ଲୋକଙ୍କଠାରେ କମ ଲକ୍ଷଣ ଦେଖାଯାଉଛି । ତେଣୁ ଯେଉଁମାନେ ଟିକା ନେଇନାହାନ୍ତି, ତୁରନ୍ତ ନେଇଯାଆନ୍ତୁ । ଏମିତିକି ଯେଉଁମାନେ ଯୋଗ୍ୟ, ସେମାନେ ପ୍ରିକସନାରୀ ଡୋଜ ବି ନେଇ ଯାଆନ୍ତୁ ବୋଲି କହିଛନ୍ତି ନିରଞ୍ଜନ ମିଶ୍ର।

ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଆହୁରି କହିଛନ୍ତି ଯେ, ସାମଗ୍ରିକ ଭାବେ ଯାହା ଦେଖାଯାଉଛି, କରୋନା ସଂକ୍ରମଣ ବର୍ତ୍ତମାନ ତଳମୁହାଁ ରହିଛି । ଗ୍ରାଫ ତଳକୁ ପହଞ୍ଚିବା ଯାଏ ଆମେ ଆଉ କିଛି ଦିନ ଅପେକ୍ଷା କରିବା । ଆମ ରାଜ୍ୟର ଷ୍ଟାଣ୍ଡର୍ଡ ଓ ପାରାମିଟର ଦେଖି କଟକଣା କୋହଳ ନିଷ୍ପତ୍ତି ନିଆଯିବ । ଏପର୍ଯ୍ଯନ୍ତ ରାଜ୍ୟରେ ସଂକ୍ରମଣ ତଳକୁ ଆସିନାହିଁ । ଯେହେତୁ ଓମିକ୍ରନର ସଂକ୍ରମଣ ହାର ବହୁତ ଅଧିକ, କେତେବେଳେ ବି ବଢ଼ିପାରେ । ତଳକୁ ନ ଆସିବା ଯାଏ ଆମକୁ ଅପେକ୍ଷା କରିବାକୁ ପଡିବ ବୋଲି କହିଛନ୍ତି ନିରଞ୍ଜନ ମିଶ୍ର ।

ପ୍ରଥମ ଡୋଜ ଟିକା ଲାଗି ରାଜ୍ୟରେ ଏବେ ବି ୨୧ ଲକ୍ଷ ଲୋକ ବାକି ଅଛନ୍ତି । ସମସ୍ତ ଜିଲ୍ଲାଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ସେମାନେ କେଉଁ ଜିଲ୍ଲାରୁ କେତେ ବାକି ଅଛନ୍ତି, ସେ ତଥ୍ୟ ଦେବେ । ଏହାପରେ ସବୁ ଲୋକଙ୍କ ଟିକାକରଣ ଶେଷ ପାଇଁ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Leave A Reply

Your email address will not be published.