ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମହାପ୍ରଭୁଙ୍କୁ ଦର୍ଶନ କଲେ ନୀତି ଆୟୋଗ ଉପାଧ୍ୟକ୍ଷ

ପୁରୀ: ନୀତି ଆୟୋଗ ଉପାଧ୍ୟକ୍ଷ ଡ. ରାଜୀବ କୁମାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ସକାଳେ ନୀତି ଆୟୋଗ ଉପାଧ୍ୟକ୍ଷ ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାକୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ଏହାପରେ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।

ନୀତି ଆୟୋଗର ବିଭାଗୀୟ ଉପଦେଷ୍ଟା ଅବିନାଶ ମିଶ୍ର, ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ପ୍ରୋଟକଲ ଅଫିସର ଗୋପିନାଥ ମିଶ୍ର, ସିଟି ଡିଏସପି ଜନାର୍ଦ୍ଦନ ପାଢୀ ପ୍ରମୁଖ ସାମିଲ ଥିଲେ ।

Leave A Reply

Your email address will not be published.