ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

୨୯ରେ ସର୍ବଦଳୀୟ ବୈଠକ, ପ୍ରଶ୍ନକାଳ ଓ ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଗୃହରେ ହଟ୍ଟଗୋଳ ମନା

ଭୁବନେଶ୍ବର : ବିଧାନସଭା ଶୀତ ଅଧିବେଶନ ପୂର୍ବରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ତାଗିଦ । ଚଳିତ ଶୀତଅଧିବେଶନର ପ୍ରଶ୍ନକାଳ ବା ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ ହୋହଲ୍ଲା କରିପାରିବେନି। ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସିମିଲାରେ ଅନୁଷ୍ଠିତ ବିଭିନ୍ନ ରାଜ୍ୟମାନଙ୍କର ବାଚସ୍ପତିଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଶୀତକାଳୀନ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକରେ ସବୁ ଦଳକୁ ଏ ନେଇ ଜଣାଇ ଦିଆଯିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି।

ଏଥର ବି କରୋନା କଟକଣା ଭିତରେ ଅଧିବେଶନ ହେବ । ଶୀତ ଅଧିବେଶନ ପୂର୍ବରୁ ୩ ଦିନ ଧରି ସମସ୍ତ ବିଧାୟକ, ମନ୍ତ୍ରୀ, ବିଧାନସଭା କର୍ମଚାରୀଙ୍କର କୋଭିଡ୍ ଟେଷ୍ଟ କରାଯିବ । ଯେଉଁ ମାନଙ୍କର ରିପୋର୍ଟ୍ ନେଗେଟିଭ ଆସିବ ସେମାନଙ୍କୁ ଅଧିବେଶନ ପାଇଁ ପ୍ରବେଶ ଅନୁମତି ମିଳିବ ।

ଆସନ୍ତା ମାସ ୧ ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଯାହା ପୂର୍ବରୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଛନ୍ତି । ଆସନ୍ତା ୨୯ ତାରିଖରେ ସର୍ବଦଳୀୟ ବୈଠକ ବସିବ । ଡିସେମ୍ବ ୧ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହକାର୍ଯ୍ୟ । ଡିସେମ୍ବର ୩୧ ତାରିଖ ଯାଏଁ ଶୀତ ଅଧିବେଶନ ଚାଲିବ । ଅଧିବେଶନରେ ୨୬ଟି କାର୍ଯ୍ୟ ଦିବସ ରହିଛି ।

Leave A Reply

Your email address will not be published.