ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମମିତା ହତ୍ୟା ମାମଲାରେ ଉତ୍ତରାଞ୍ଚଳ ଡିଆଇଜିଙ୍କ ପ୍ରେସମିଟ୍: ରିମାଣ୍ଡ ବେଳେ ସତ ଉଗାରିଛି ଗୋବିନ୍ଦ ସାହୁ

ବଲାଙ୍ଗୀର: ମମିତା ମେହେର ହତ୍ୟା ମାମଲରେ ଗୋବିନ୍ଦ ହତ୍ୟା କରିଥିବା ନେଇ ତଦନ୍ତ ଚାଲୁ ରହିଛି । ଅଭିଯୁକ୍ତ ଗୋବିନ୍ଦଙ୍କ ସହଯୋଗୀ ରାଧେକୁ ରିମାଣ୍ଡରେ ଅଣାଯିବ। ପୁଲିସ ହାତରେ ବଳିଷ୍ଠ ପ୍ରମାଣ ଲାଗିଛି। ମାମଲାର ଶୁଣାଣି ଫାଷ୍ଟ ଟ୍ରାକ୍ କୋର୍ଟରେ କରାଯିବ ବୋଲି ଉତ୍ତରାଞ୍ଚଳ ଡିଆଇଜି ଦୀପକ କୁମାର ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି।

ଏଥିସହ ଜବତ ହୋଇଥିବା ସମସ୍ତ ଜିନିଷକୁ ଫରେନ୍‌ସିକ ଯାଞ୍ଚ ପାଇଁ ପଠାଯିବ । ରିମାଣ୍ଡ ବେଳେ ମମିତା ହତ୍ୟା ମାମଲାର ସତ ଉଗାରିଛି ଗୋବିନ୍ଦ ସାହୁ। ଅପରାଧ ସ୍ୱୀକାର କରିବା ସହ ନିଜ ମୁହଁରେ କହିଛି ଷଡ଼ଯନ୍ତ୍ରର ସତ । ମମିତାଙ୍କୁ ହତ୍ୟା ଓ ପ୍ରମାଣ ନଷ୍ଟ କରିବାରେ ଗୋବିନ୍ଦକୁ ସହଯୋଗ କରିଥିଲା ଡ୍ରାଇଭର ରାଧେଶ୍ୟାମ। ଆବଶ୍ୟକ ପଡ଼ିଲେ ଡ୍ରାଇଭର ରାଧେକୁ ରିମାଣ୍ଡରେ ଆଣାଯିବ। ମମିତାଙ୍କୁ ହତ୍ୟା ପରେ ତାଙ୍କ ମୋବାଇଲ୍‌ ଜଳାଇ ଦେଇଥିବା ଅଭିଯୁକ୍ତ ଗୋବିନ୍ଦ କହିଛି ।

ତଦନ୍ତ ବେଳେ ଘଟଣାସ୍ଥଳରୁ ପୋଡ଼ା ପ୍ଲାଷ୍ଟିକ ଜିନିଷ ମିଳିଛି। ତାହା ଫୋନ୍ ହୋଇ ଥାଇପାରେ ବୋଲି ଡିଆଇଜି କହିଛନ୍ତି। ଜବତ ଜିନିଷ ସବୁକୁ ଫରେନ୍‌ସିକ୍‌ ଟେଷ୍ଟ ପାଇଁ ପଠାଯାଇଛି। ରିପୋର୍ଟ ଆସିଲେ ସବୁ ସ୍ପଷ୍ଟ ହେବ। ତଦନ୍ତ ବେଳେ ଦୁଇଟି ବ୍ୟାଗ ମଧ୍ୟ ପୋଲିସର ହସ୍ତଗତ ହୋଇଛି । ମମିତାଙ୍କୁ ପୋଡ଼ା ଯାଇଥିବା ଜାଗାରୁ ଗୋଟିଏ ଓ ଅନ୍ୟଟି ରାଧେର ଘରୁ ମିଳିଥିଲା। ପୋଡ଼ା ଜାଗାରୁ ମିଳିଥିବା ବ୍ୟାଗ ମମିତାଙ୍କ ପରିବାର ଚିହ୍ନିଛନ୍ତି। ତେବେ ଡ୍ରାଇଭର ରାଧେ ଘରୁ ମିଳିଥିବା ବ୍ୟାଗ ଚିହ୍ନଟ ହୋଇପାରିନି। ମୃତଦେହର ଡିଏନଏ ଟେଷ୍ଟ ପାଇଁ ଲାବରେଟୋରୀ ପଠାଯାଇଛି। ଅଟକ ବେଳେ ଗୋବିନ୍ଦଠାରୁ ୨ ଓ ଗିରଫ ବେଳେ ଗୋଟିଏ ମୋବାଇଲ ଜବତ ହୋଇଥିବା ଡିଆଇଜି କହିଛନ୍ତି ।

Leave A Reply

Your email address will not be published.