ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଦ୍ମପୁର ଆସନ ଖାଲି ନେଇ ବିଧାନସଭା ପକ୍ଷରୁ ନିର୍ବାଚନ କମିଶନଙ୍କୁ କରାଗଲା ଅବଗତ

ଭୁବନେଶ୍ୱର: ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ପରେ ଖାଲି ପଡ଼ିଛି ପଦ୍ମପୁର ବିଧାନସଭା ଆସନ।  ଏନେଇ ବିଧାନସଭା ପକ୍ଷରୁ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି । ବିଧାନସଭା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।

ସୂଚନା ଅନୁଯାୟୀ, ୩ଦିନ ତଳେ ବିଜୟ ରଞ୍ଜନ ସିଂ ବରିହାଙ୍କ ମୃତ୍ୟୁ ହୋଇଥିଲା । ୬୫ବର୍ଷ ବୟସରେ ଆଖି ବୁଜିଥିଲେ ବିଜୟ ରଞ୍ଜନ ସିଂ ବରିହା । ବିଜୟ ଅସୁସ୍ଥତା କାରଣରୁ କିଛିଦିନ ହେଲା ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଭେଣ୍ଟିଲେଟରରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପଦ୍ମପୁରରୁ ୫ଥର ବିଧାୟକ ଥିଲେ ବିଜୟ । ୧୯୯୦, ୧ରୁ ୨୦୦୦ମସିହା ଯାଏ ଜନତା ଦଳରୁ ବିଧାୟକ ହୋଇଥିଲେ । ୨୦୦୦ ଓ ୨୦୦୯ ଓ ୨୦୧୯ରେ ବିଜେଡି ଟିକେଟରେ ବିଜୟୀ ହୋଇଥିଲେ । ପଶ୍ଚିମ ଓଡ଼ିଶାରେ ବିଜେଡିର ଜଣା ଟାଣୁଆ ନେତା ଥିଲେ ବିଜୟ । ୨୦୦୯ ମସିହାରେ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ ।  ବିଧାନସଭାରେ ଅନେକ ଗୁରୁତ୍ୱପୂର୍ଣ୍ଣ ଏବଂ ତଥ୍ୟ ସମ୍ବଳିତ ପ୍ରଶ୍ନ ପଚାରି ଚର୍ଚ୍ଚାରେ ରହି ଆସନ୍ତି ବିଜୟ ରଞ୍ଜନ ସିଂ ବରିହା । ତାଙ୍କର ମୃତ୍ୟୁରେ ସମଗ୍ର ଓଡ଼ିଶା ସ୍ତମ୍ଭୀଭୁତ ହୋଇଥିବାବେଳେ ଉକ୍ତ ଆସନ ଏବେ ଖାଲି ପଡ଼ିଛି ।

Leave A Reply

Your email address will not be published.