ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ

ଭୁବନେଶ୍ବର : ଓଡିଆ ଚଳଚ୍ଚିତ୍ର ଜଗତର ଜଣେ ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସଙ୍କଟାପନ୍ନ । ସେ ବର୍ତ୍ତମାନ ଲିଭର୍ ସିରୋସିସ ରୋଗରେ ପୀଡିତ ଅଛନ୍ତି। ଯେଉଁଥି ପାଇଁ ତୁରନ୍ତ ଉଚ୍ଚ ସ୍ତରୀୟ ଚିକିତ୍ସା ଆବଶ୍ୟକ । ତାଙ୍କୁ ଦିଲ୍ଲୀ ନେଇଯିବା ପାଇଁ ଡ଼ାକ୍ତର ମାନେ ପରାମର୍ଶ ଦେଇଛନ୍ତି ।

ଅଭିନେତା ପିଣ୍ଟୁ ନନ୍ଦଙ୍କ ଲିଭର ନଷ୍ଟ ହୋଇଥିବା କହିଛନ୍ତି ପିଣ୍ଟୁ ନନ୍ଦ। କ୍ରୋନିକ୍ ହେପାଟାଇଟିସରେ ପୀଡ଼ିତ ହୋଇ ଲିଭର ନଷ୍ଟ ହୋଇଛି। ଖୁବ୍ ଶୀଘ୍ର ଦିଲ୍ଲୀରେ ଲିଭର ପ୍ରତ୍ୟାରୋପଣ ହେବ। ଏଥିରେ ୫୦ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହେବ ବୋଲି ଜଣାଯାଇଛି। ଏଣେ ବନ୍ଧୁ ଓ ପରିବାରବର୍ଗ ଟଙ୍କା ଯୋଗାଡ଼ କରିବାରେ ଲାଗି ପଡ଼ିଥିବାର ସୂଚନା ମିଳିଛି।

Leave a comment