ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ାଙ୍କ ଆତ୍ମହତ୍ଯା

ଭୁବନେଶ୍ବର: ଆତ୍ମହତ୍ୟା କଲେ ବରିଷ୍ଠ ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା । ଓଡ଼ିଆ ଅଭିନେତା ରାଇମୋହନ ପରିଡ଼ା ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତେବେ ଆତ୍ମହତ୍ୟାର କାରଣ କଣ ତାହା ଅସ୍ପଷ୍ଟ ରହିଛି । ନିଜ ବାସଭାନରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା । ସେପଟେ ରାଇମୋହନ ପରିଡାଙ୍କ ମୃତ୍ୟୁ ପରେ ପୁରା ଓଲିଉଡ ସ୍ତବ୍ଧ ହୋଇଯାଇଛି । ଖବର ପାଇ ଘଟଣା ସ୍ଥଳରେ ମଞ୍ଚେଶ୍ୱର ଥାନା ପୁଲିସ ପହଞ୍ଚିଛି ।

ସୂଚନା ଅନୁଯାୟୀ, ରାଇମୋହନଙ୍କର ପତ୍ନୀ ଓ ୨ ଝିଅ ଥିଲେ। ସେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଛାତ୍ର ଥିଲେ। ସେ ଦୀର୍ଘ ବର୍ଷ ଧରି ଫିଲ୍ମ ଜଗତ ସହ ଜଡ଼ିତ ଥିଲେ। କେତେବେଳେ ଖଳନାୟକ ରୋଲ୍‌ରେ ତାଙ୍କ ଡାଏଲଗ ଦର୍ଶକଙ୍କ ହୃଦସ୍ପନ୍ଦନ ବଢ଼ାଇ ଦେଉଥିବା ବେଳେ କେତେବେଳେ ଇମୋସନାଲ ରୋଲରେ ଆଖିରେ ଲୁହ ନେଇ ଆସୁଥିଲେ। ଫିଲ୍ମ ସହ ଯାତ୍ରାରେ ବି ଅଭିନୟ କରି ନିଜ ସ୍ୱତନ୍ତ୍ର ଛାପ ସେ ଛାଡ଼ି ଯାଇଛନ୍ତି।

ଉଲ୍ଲେଖଯୋଗ୍ୟ, ରାଇମୋହନ ପରିଡ଼ା ୧୯୬୩ ଜୁଲାଇ ୧୦ରେ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଜନ୍ମ ସ୍ଥାନ ହେଉଛି କେଉଁଝର ର ଉଦୟପୁର ଗ୍ରାମରେ । ସେ ଚାରି ଝିଅରେ ଗୋଟିଏ ପୁଅ ଥିଲେ । ସେଥିପାଇଁ ପରିବାରରେ ସେ ବହୁତ ଗେଲ୍ହା ଥିଲେ । ତାଙ୍କ ବାପାଙ୍କ ନାମ ହେଉଛି ତ୍ରିଲୋକନାଥ ପରିଡା । ସେ ବିଏଲଡବ୍ଲ୍ୟୁ ଭାବେ କାର୍ଯ୍ଯ କରୁଥିଲେ । ମାଆ ହେଉଛନ୍ତି ତିଳୋତ୍ତମା ପରିଡା । ରାଇମୋହନ ପରିଡାଙ୍କ ପତ୍ନୀଙ୍କ ନାମ ହେଉଛି ରଞ୍ଜିତା ପରିଡା ।

୧୯୮୫ ମସିହାରୁ ଥିଏଟରରୁ କ୍ୟାରିୟର ଆରମ୍ଭ କରିଥିଲେ ରାଇମୋହନ । ୧୯୮୭ରେ ସାଗର ସିନେମାରେ ଖଳନାୟକ ଭୂମିକା ଦେଇଥିଲା ଖ୍ୟାତି । ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ଖଳନାୟକ ଭୂମିକାରେ ନଜର ଆସିଥିଲେ ରାଇମୋହନ । ସେ ପ୍ରାୟ ୧୦୦ ଫିଲ୍ମରେ ଅଭିନୟ କରିଛନ୍ତି । ୧୫ ବେଙ୍ଗଲୀ ଫିଲ୍ମ ଓ ୪୦ ନାଟକରେ ଅଭିନୟ କରିଥିଲେ ରାଇମୋହନ ପରିଡ଼ା । ଏଥିମଧ୍ୟରେ ରହିଛି କୋଟିଏ ମଣିଷ ଗୋଟି ଜଗା, ଲକ୍ଷେ ଶିବ ପୂଜି ପାଇଚି ପୁଅ, ସୁନା ସଂସାର, ସ୍ତ୍ରୀ, ରଣଭୂମି, ରସିକ ନାଗର, ତୁ ଥିଲେ ମୋ’ ଡର କାହାକୁ, ଲକ୍ଷ୍ମୀ ପ୍ରତିମା , ମେଣ୍ଟାଲ୍, ‘ତୁ ମୋ’ ସୁନାଚଢେଇ’ ଏବଂ ‘ମିଷ୍ଟର ମଜନୁ’ ଆଦି ସମେତ ଅନେକ ଓଡ଼ିଆ ସିନେମା ।

Leave A Reply

Your email address will not be published.