ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଜୀବନ ଯୁଦ୍ଧରେ ହାରିଗଲେ ଟେଲି ଅଭିନେତ୍ରୀ ରାଜେଶ୍ବରୀ ରାୟ

ଭୁବନେଶ୍ୱର: ଜୀବନ ଯୁଦ୍ଧରେ ହାରିଗଲେ କ୍ୟାନସର ପିଡ଼ିତା ଟେଲି ଅଭିନେତ୍ରୀ ରାଜେଶ୍ବରୀ ରାୟ। ଗତକାଲି ବିଳମ୍ବିତ ରାତିରେ ସେ ମେଡିକାଲେର ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ରାତି ୨ଟା ୨୫ରେ ତାଙ୍କର ବିୟୋଗ ହୋଇଥିବା ସୂଚନା ମିଳିଛି।

ବ୍ରେନ୍ ଓ ଲଗ୍ସ କ୍ୟାନସରରେ ପୀଡିତ ଥିଲେ ରାଜେଶ୍ବରୀ । କ୍ୟାନସରରୁ ଭଲ ମଧ୍ୟ ହୋଇଯାଇଥିଲେ । ହେଲେ ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ମେଡିକାଲ ଭର୍ତ୍ତି କରାଯାଇଥିଲା । ପରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଟେଲି ଧାରାବାହିକରେ ଖଳ ନାୟିକା ଭୂମିକାରେ ଅଭିନୟ କରି ସେ ଘରେ ଘରେ ପରିଚିତ ଥିଲେ ।

ସେ ପ୍ରଥମେ ଆଙ୍କରିଂ ଜରିଆରେ ଟେଲି ଜଗତକୁ ପ୍ରବେଶ କରିଥିଲେ। ପରେଧାରାବାହିକରେ ହିଁ ବିଶେଷ ଲୋକପ୍ରିୟତା ହାସଲ କରିଥିଲେ। ରାଜେଶ୍ୱରୀଙ୍କୁ କେତୋଟି ଚଳଚ୍ଚିତ୍ରରେ ବି ଦେଖିବାକୁ ମିଳିଥିଲା। ତାଙ୍କ ପ୍ରଥମ ଚଳଚ୍ଚିତ୍ର ହେଉଛି ବସନ୍ତ ସାହୁଙ୍କ ନିର୍ଦେଶିତ ‘ସତ୍ୟମେବ ଜୟତେ’। ଏହାପରେ ସେ ଏନ୍ ପାଢ଼ୀ ଙ୍କ ନିର୍ଦେଶିତ ‘ଆରେ ସାଥୀ ଆ’ ଓ ଅମିତ ନାୟକଙ୍କ ନିର୍ଦେଶିତ ‘ବ୍ଲାକମେଲ୍’ ଚଳଚ୍ଚିତ୍ରରେ ବି ନଜର ଆସିଥିଲେ।

ସେହିପରି ଧାରାବାହିକ ‘ଉଆଁସୀ କନ୍ୟା’, ‘ବସୁନ୍ଧରା’, ‘ସଂସ୍କାର’, ‘ସ୍ୱାଭିମାନ’, ‘ଦେବୀ’, ‘କୁମ୍‌କୁମ୍‌’ ଇତ୍ୟାଦିରେ ରାଜେଶ୍ୱରୀଙ୍କ ଅଭିନୟ ଦର୍ଶକଙ୍କୁ ବେଶ ପସନ୍ଦ ଆସିଥିଲା। ଧାରାବାହିକ ଉଆଁସି କନ୍ୟାରେ ଅଳକା ଚରିତ୍ରରେ ସେ ଅଭିନୟ କରିଥିଲେ। ଅଳକା ନାଁରେ ଘରେ ଘରେ ପରିଚିତ ଥିଲେ। ଘରଘରେ ଲେଡି ଭିଲିଆନ ଭାବେ ମଧ୍ଯ ପରିଚିତ ଥିଲେ।

 

Leave A Reply

Your email address will not be published.