ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜିଠୁ ରାଜ୍ୟ ବଜେଟ ଅଧିବେଶନ

ଭୁବନେଶ୍ବର : ଆଜିଠୁ ବିଧାନସଭାର ବଜେଟ ଅଧିବେଶନ । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ । ଚଳିତ ଅଧିବେଶନ ପାଇଁ ସମୟ ସାରଣୀ ବଦଳିଥିବା ବେଳେ ଏଥର ପେପରଲେସ ହେବ ଗୃହକାର୍ଯ୍ୟ । ବଜେଟ୍‌ ଅଧିବେଶନରେ ପ୍ରଶ୍ନକାଳ ଓ ଶୂନ୍ୟକାଳ ରହିବ । ଏଥିସହ ମୁଲତବୀ ଆଲୋଚନା ବି ହେବ । ଦୈନିକ ୫ଘଣ୍ଟା ଚାଲିବ ଗୃହ । ସକାଳ ୧୦ଟା ୩୦ରୁ ୧୧ଟା ୩୦ ଯାଏଁ ପ୍ରଶ୍ନକାଳ ଚାଲିବ । ତାରକା ପ୍ରଶ୍ନ ମଧ୍ୟ ପଚାରି ପାରିବେ ବିଧାୟକ ।

୧୧ଟା ୩୦ରୁ ଶୂନ୍ୟକାଳ ଓ ପରେ ମୁଲତବୀ ପ୍ରସ୍ତାବ ଆଲୋଚନା ହେବ । ଦେଢ଼ଘଣ୍ଟା ଧରି ଆଲୋଚନା ହେବ ମୁଲତବୀ ପ୍ରସ୍ତାବ । ସେଥିରୁ ୫୫ମିନଟ ବିରୋଧୀ ଦଳଙ୍କ ପାଇଁ ରହିଛି । ଦୈନିକ ଦୁଇଟି ପର୍ଯ୍ୟାୟରେ ଅଧିବେଶନ ଚାଲିବ । ସକାଳ ୧୦ଟା ୩୦ରୁ ଦିନ ସାଢ଼େ ଗୋଟାଏ ଓ ଅପରାହ୍ନ ୪ଟାରୁ ୬ଟା ପର୍ଯ୍ୟନ୍ତ  ଚାଲିବ ଗୃହ । ସ୍ବତନ୍ତ୍ର କାର୍ଯ୍ୟଦିବସରେ ରାତି ୭ଟା ପର୍ଯ୍ୟନ୍ତ ଗୃହ ଚାଲିବ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସବର୍ଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ଫେବୃଆରୀ ୧୮ରୁ ୨୮ ଯାଏଁ ବିଧାନସଭାର ପ୍ରଥମ ପର୍ଯ୍ୟାୟ ଅଧିବେଶନ ଥିବା ବେଳେ ମାର୍ଚ୍ଚ ୧୧ରୁ ୩୧ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ । ୨୨ତାରିଖ ଦିନ ଅର୍ଥମନ୍ତ୍ରୀ ବଜେଟ୍‌ ଆଗତ କରିବେ । ପ୍ରଥମ ଦିନରେ ଦିବଂଗତ ବିଧାୟକ ସୁରେନ୍ଦ୍ର ନାଥ ମିଶ୍ର, ବିଭୂତି ଭୂଷଣ ନାୟକ, ଯଜ୍ଞନାରାୟଣ କର, କୃଷ୍ଣ ଚନ୍ଦ୍ର ପଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ ।

 

ସେପଟେ ବିଜେଡି, ବିଜେପି ଓ କଂଗ୍ରେସ ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛନ୍ତି । ସରକାରଙ୍କୁ ଘେରିବାକୁ ବିରୋଧୀ ବ୍ଲପ୍ରିଣ୍ଟ ପ୍ରସ୍ତୁତ କରିଥିବା ବେଳେ ବିଜେଡି ବି ପ୍ରସ୍ତୁତ ଥିବା କହିଛ । ଦୁଇ ବିରୋଧୀ ଦଳ କଂଗ୍ରେସ ଓ ବିଜେପି ଲମ୍ବା ପ୍ରସଙ୍ଗ ଧରି ଶାସକ ଦଳକୁ ଘେରିବା ପାଇଁ ପ୍ରସ୍ତୁତି କରିଛନ୍ତି । ଅନ୍ୟପକ୍ଷେ ବିଧାନସଭାରେ କେନ୍ଦ୍ର ଅବହେଳାକୁ ମୁଖ୍ୟ ପ୍ରସଙ୍ଗ କରିବ ବିଜେଡି । ବିଶେଷ କରି କୋଇଲା ରୟାଲିଟି, ଜିଏସଟି ବକେୟା ଅର୍ଥ, ସ୍ବାମୀନାଥନ କମିଟିକୁ କାର୍ୟ୍ୟକାରୀ କରିବା, ବକେୟା ଧାନ ସବସିଡି ଦେବେ ଓ ବାଇ ଲ ପ୍ରସଙ୍ଗକୁ ଗୃହରେ ଉଠାଇବ ଶାସକ ବିଜେଡି । ବର୍ଷକୁ ୧୨ ହଜାର କୋଟି ଟଙ୍କା ହିସାବରେ ରୟାଲଟି ବାବଦକୁ ୫ବର୍ଷରେ ୬୦ହଜାର କୋଟି କାଟିଛି କେନ୍ଦ୍ର । ଏସବୁ ନେଇ ଗୃହରେ କେନ୍ଦ୍ରକୁ ଟାର୍ଗେଟ କରିବ ଶାସକ ଦଳ ।

Leave A Reply

Your email address will not be published.