ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ: ଭିସି ମାଧ୍ୟମରେ ଯୋଡ଼ି ହେଲେ ମୁଖ୍ୟମନ୍ତ୍ରୀ, ଦିବଂଗତ ସଦସ୍ୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବ

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ଅଷ୍ଟମ ଅଧିବେଶନ (ଶୀତକାଳୀନ) ଆରମ୍ଭ ହୋଇଯାଇଛି । ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାସଭବନରୁ ଯୋଡ଼ି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ମଧ୍ୟ ଯୋଡ଼ି ହୋଇଛନ୍ତି । ଦିବଂଗତ ସଦସ୍ୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ।

ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରାଙ୍କ ସମେତ ଉମେଶ ଚନ୍ଦ୍ର ସ୍ୱାଇଁ, ରାମରାୟ ମୁଣ୍ଡାଙ୍କ ପାଇଁ ଶୋକ ପ୍ରସ୍ତାବ। ପୂର୍ବତନ ସିପାହୀ ସୀତାରାମ ମୁର୍ମୁଙ୍କ ପାଇଁ ଶୋକ ପ୍ରସ୍ତାବ । କରୋନା ଯୋଦ୍ଧାଙ୍କ ପାଇଁ ମଧ୍ୟ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ । ଶୋକ ପ୍ରସ୍ତାବକୁ ସମର୍ଥନ କରିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ ।

Leave A Reply

Your email address will not be published.