ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ: ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ, ସମ୍ମାନିତ ଅତିଥି ଭାବେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଆଜି ସାରା ଦେଶ ପାଳୁଛି ୭୩ ତମ ସାଧାରଣତନ୍ତ୍ର ଦିବସ। କୋଭିଡ କଟକଣା ମଧ୍ୟରେ ସାରା ଦେଶରେ ଗଣତନ୍ତ୍ରର ମହାପର୍ବ ପାଳନ କରାଯାଉଛି।  ଏହି ଅବସରରେ ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି । ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ସୁରକ୍ଷା କାରଣରୁ ଗାନ୍ଧୀମାର୍ଗକୁ ଯୋଡୁଥିବା ସମସ୍ତ ମାର୍ଗକୁ ସିଲ କରିଦିଆଯାଇଥିଲା। କୋଭିଡ କଟକଣା ମଧ୍ୟରେ ପରେଡ ଆୟୋଜିତ ହୋଇଯାଇଛି। ଏହି ପରେଡ୍‌ରେ ପ୍ରଥମ ଥର ଲାଗି ବିଏସ୍‌ଏଫ୍ ସାମିଲ ହୋଇଥିଲା।ପୋଲିସ ବ୍ୟାଣ୍ଡକୁ ମିଶାଇ ଏଥର ମୋଟ ୧୦ଟି କଣ୍ଟିଜେଣ୍ଟ ପରେଡରେ ଭାଗ ନେଇଥିଲେ । ବିଏସଏଫ, ସିଆରପିଏଫ, ଏସଓଜି, ଓଏସଏଏପି, ଓଡ୍ରାଫ, ଫାୟାର, ଏସଏସବି ଓ ୩ଟି ବ୍ରାସବ୍ୟାଣ୍ଡ ଯୋଗ ଦେଇଥିଲେ । ତେବେ ପରେଡ ଦେଖିବାକୁ ସାଧାରଣ ଲୋକଙ୍କୁ ବାରଣ କରାଯାଇଥିଲା। କୋଭିଡ କଟକଣାକୁ ଦୃଷ୍ଟିରେ ରଖି କେବଳ ସୀମିତ ସଂଖ୍ୟକ ଅତିଥି ଉତ୍ସବରେ ନିମନ୍ତ୍ରିତ ଯୋଗ ଦେଇଥିଲେ। ପରେଡରେ ଅଂଶଗ୍ରହଣ କରୁଥିବା ବ୍ୟକ୍ତିଙ୍କ ପାଇଁ ଆରଟି-ପିସିଆର ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି।

ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ପରେଡ ଆରମ୍ଭ ହୋଇଥିବା କରୋନା କଟକଣାକୁ ଗୁରୁତ୍ୱ ଦିଆଯାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୋସିଆଲ ମିଡ଼ିଆରେ ଗଣତନ୍ତ୍ର ଦିବସର ଲାଇଭ ପରେଡର ସିଧାପ୍ରସାରଣ କରାଯାଉଛି ।ଭୁବନେଶ୍ବର ଡିସିପିଙ୍କ ନେତୃତ୍ବରେ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା । ୨୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ୭୦ ଜଣ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଥିଲା । ସିସିଟିଭି ନଜରରେ ରହିଛି ଗାନ୍ଧିମାର୍ଗ । ଏଥି ସହ ଗାନ୍ଧିମାର୍ଗକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିଲା ।

Leave A Reply

Your email address will not be published.