ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ୩ ହଜାର ମୋ ସେବା କେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୫ ତମ ଜନ୍ମ ଜୟନ୍ତୀ ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି ।

ଏହି କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀ  ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ସେବା ଓ ସମ୍ମାନ ହେଉଛି ତାଙ୍କ ସରକାରର ମୂଳମନ୍ତ୍ର। ଗଣତନ୍ତ୍ରରେ ଲୋକେ ହେଉଛନ୍ତି ମାଲିକ। ଲୋକଙ୍କୁ ସଶକ୍ତ କରିବା ଏବଂ ସେମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବା ସହିତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଗୋଟିଏ ମୋ ସେବାକେନ୍ଦ୍ର ଖୋଲାଯିବ। ଏହାଦ୍ୱାରା ୮୦୦୦ ଯୁବକ ଯୁବତୀ ଆତ୍ମ ନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକମାନଙ୍କ ପାଇଁ ଓଡ଼ିଶାଓ୍ୱାନ୍ ପୋର୍ଟାଲ ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଦୁଇ କାର୍ଯ୍ଯକ୍ରମ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ତଥା ସେବାର ଗୁଣାତ୍ମକ ମାନ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତୀଙ୍କ ସଚିବ (୫ଟି) ଭି.କେ.ପାଣ୍ଡିଆନ୍ କାର୍ଯ୍ଯକ୍ରମ ସଂଚାଳନ କରିଥିଲା ବେଳେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ସଚିବ ମନୋଜ ମିଶ୍ର କାର୍ଯ୍ଯକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ଦେଇଥିଲେ । ଏହି କାର୍ଯ୍ଯକ୍ରମରେ ବିଭିନ୍ନ ସ୍ଥାନରେ ସ୍ଥାନୀୟ ସାଂସଦ ଓ ବିଧାୟକମାନଙ୍କ ସମେତ ବିଭାଗୀୟ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.