ମୁଖ୍ୟମନ୍ତ୍ରୀଙ୍କ ମହାନତା : କୋଭିଡରୋଗୀଙ୍କ ଚିକିତ୍ସା ପାଇଁ ମୁମ୍ବାଇ ଓଡ଼ିଶା ଭବନରେ ଡାକ୍ତର ମାନଙ୍କ ରହଣି ବାବଦ ଦେୟ ଛାଡ

ପ୍ରଥମ ଲହରିରେ ମଧ୍ୟ ୨ କୋଟି ଟଙ୍କା ଛାଡ଼ ହୋଇଥିଲା

ଭୁବନେଶ୍ୱର : କୋଭିଡ ରୋଗୀଙ୍କ ଚିକିତ୍ସା କରୁଥିବା ନଭୀ ମୁମ୍ୱାଇ ମହାନଗର ନିଗମର ଡାକ୍ତର ଓ ନର୍ସ ମାନଙ୍କ ମୁମ୍ୱାଇ ସ୍ଥିତ ଓଡ଼ିଶା ଭବନରେ ରହୁଣୀ ବାବଦ 61 ଲକ୍ଷ 5 ହଜାର ଟଙ୍କା ଦେୟକୁ ଓଡ଼ିଶା ସରକାର ଛାଡ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଦେୟ ଛାଡ଼ କରାଯାଇଛି।

୨୦୨୧ ଏପ୍ରିଲ୍ ୧୨ ତାରିଖ ଠାରୁ ୨୦୨୧ ନଭେମ୍ବର ୨୭  ପର୍ଯ୍ୟନ୍ତ ଓଡ଼ିଶା ଭବନର ଚତୁର୍ଥ ମହଲାରେ ୮ ଟି ରୁମ୍ ଓ ଗୋଟିଏ dormitory ରେ  ନଭୀ ମୁମ୍ୱାଇ ମହାନଗରର ଡାକ୍ତର ଓ ନର୍ସଙ୍କ ମାନେ ଦୀର୍ଘ ୭ ମାସରୁ ଅଧିକ ସମୟ ରହି କରୋନା ଚିକିତ୍ସା କରୁଥିଲେ। ଓଡ଼ିଶା ସରକାର ବର୍ତମାନ ଏହା ବାବଦ ଦେୟ ଛାଡ଼ କରିଛନ୍ତି। ସୂଚନାଯୋଗ୍ୟ ପୂର୍ବରୁ ପ୍ରଥମ ଲହରୀ ସମୟରେ ମଧ୍ୟ ନବୀ ମୁମ୍ୱାଇ ମହାନଗର ନିଗମର ୨ କୋଟି ୧୬ ହଜାର ଟଙ୍କା ଛାଡ କରାଯାଇଥିଲା।

Leave a comment