ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା, ଭୋଟବାକ୍ସ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ସଜବାଜ । ରାଜ୍ୟରେ ଆସନ୍ତା ବର୍ଷ ଅର୍ଥାତ ୨୦୨୨ ମସିହା ଆରମ୍ଭରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ରାଜ୍ୟ ନିର୍ବାଚନ କମିଶନ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ଭୋଟବାକ୍ସର ତାଲିକା ମାଗିଛନ୍ତି ନିର୍ବାଚନ କମିଶନ । ୨୬ ଜୁଲାଇ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଏନେଇ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ନିର୍ବାଚନ କମିଶନର । ବାଲାଟ୍ ବକ୍ସ ପ୍ରସ୍ତୁତ ରଖିବା ପାଇଁ ଚିଠିରେ ନିର୍ଦ୍ଦେଶ ଦେଇଛନ୍ତି କମିଶନର । ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ରାଜ୍ୟ ସରକାର ପଞ୍ଜାୟତ ନିର୍ବାଚନ ପାଇଁ ପ୍ରସ୍ତୁତ ବୋଲି ଗତ ୨୯ ତାରିଖରେ ନିର୍ବାଚନ କମିଶନରଙ୍କୁ ଜଣାଇଥିଲେ । ସେଥି ପାଇଁ ସମସ୍ତ ଜିଲ୍ଲାପାଳଙ୍କିୁ ଚିଠି ଲେଖିଛନ୍ତି ନିର୍ବାଚନ କମିଶନର ।

Leave A Reply

Your email address will not be published.